Posted inଖେଳ

ବିଜୟରୁ ବଜରଙ୍ଗ, ଦୀପକଙ୍କ ଅଭିଯାନ ଆରମ୍ଭ

ବର୍ମିଂହାମ,୫।୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ କୁସ୍ତି ଇଭେଣ୍ଟ ଶୁକ୍ରବାର ଆରମ୍ଭ ହୋଇଛି। ଆରମ୍ଭରୁ ଭାରତର ଦୁଇ ଷ୍ଟାର ରେସ୍‌ଲର ବଜରଙ୍ଗ ପୁନିଆ ଏବଂ ଦୀପକ ପୁନିଆ ପ୍ରଥମ ମ୍ୟାଚରେ ବିଜୟୀ ହୋଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।

୬୫ କେଜି ଫ୍ରିଷ୍ଟାଇଲ ବର୍ଗରେ ବଜରଙ୍ଗ ପୁନିଆ ୧ ମିନିଟ ୪୭ ସେକେଣ୍ଡ ମଧ୍ୟରେ ନିଜ ପ୍ରତିପକ୍ଷଙ୍କୁ ହରାଇ କ୍ୱାର୍ଟରରେ ପ୍ରବେଶ କରିଛନ୍ତି। ବଜରଙ୍ଗ ଏହି ମ୍ୟାଚକୁ ୪-୦ରେ ଜିତି ନେଇଥିଲେ। ତାଙ୍କର ମୁକାବିଲା ନଉରାଉର ଲୋୱେ ବିଙ୍ଗ୍‌ହାମ୍‌ଙ୍କ ସହ ହୋଇଥିଲା। ୨୦୧୮ରେ ବଜରଙ୍ଗ ସ୍ବର୍ଣ୍ଣ ଜିତିଥିବାରୁ ଚଳିତ ରାଜ୍ୟ ଗୋଷ୍ଠୀ କ୍ରୀଡ଼ାରେ ତାଙ୍କଠାରୁ ସ୍ବର୍ଣ୍ଣ ଆଶା ରହିଛି।

ଅନ୍ୟପକ୍ଷରେ ଦୀପକ ପୁନିଆ ମଧ୍ୟ ୮୬ କେଜି ବର୍ଗରେ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ସେ ନ୍ୟୁଜିଲାଣ୍ଡର ମାଥ୍ୟୁ ଓକ୍ସେନହାମ୍‌ଙ୍କୁ ୩ ମିନିଟ ୨୨ ସେକେଣ୍ଡ ମଧ୍ୟରେ ହରାଇ ଦେଇଛନ୍ତି। ଫଳରେ ଦୀପକ ପରବର୍ତ୍ତୀ ରାଉଣ୍ଡ ତଥା କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ…

ଶାଢ଼ି ସେଣ୍ଟର ନାଁରେ ବଲାଙ୍ଗୀରରୁ ଗଞ୍ଜେଇ ଚାଲାଣ, ଆମାଜନ୍ ନାଁରେ ପାର୍ସଲ କରି ବିକୁଥିଲେ

ବଲାଙ୍ଗୀର,୨ା୯(ସୁନିଲ କୁମାର ମହାନ୍ତି): ସମ୍ବଲପୁରୀ ଶାଢ଼ି ସେଣ୍ଟର ନାଁରେ କୋରିଅରରେ ଚାଲିଥିଲା ଗଞ୍ଜେଇ ଚାଲାଣ । ମାଡ଼ିବସିଲା ବଲାଙ୍ଗୀର ପୋଲିସ । ଅନଲାଇନରେ ଦିଲ୍ଲୀ, ଗଜିଆବାଦ ପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri