Posted inଖେଳ

ହସ୍ପିଟାଲରୁ ଛାଡ଼ ପାଇଛନ୍ତି ଦୀପକ ପୁନିଆ

ନୂଆଦିଲ୍ଲୀ, ୭ା୯ (ପି.ଟି.)- ବିଶ୍ୱଚମ୍ପିୟନଶିପ୍‌ ରୌପ୍ୟ ବିଜୟୀ ରେସଲର ଦୀପକ ପୁନିଆ ହସ୍ପିଟାଲରୁ ଛାଡ଼ ପାଇଛନ୍ତି। ତାଙ୍କୁ ହୋମ୍‌ ଆଇସୋଲେଶନରେ ରହିବା ଲାଗି ପରାମର୍ଶ ଦିଆଯାଇଛି। ପୁନିଆ ନ୍ୟାଶନାଲ କ୍ୟାମ୍ପରେ ଯୋଗ ଦେବାଲାଗି ପହଞ୍ଚତ୍ବା ପରେ ତାଙ୍କର କୋଭିଡ୍‌-୧୯ ଟେଷ୍ଟ ହୋଇଥିଲା ଏବଂ ପଜିଟିଭ ଆସିଥିଲା। ଅଲିମ୍ପିକ ଯୋଗ୍ୟତା ହାସଲ କରିଥିବା ପୁନିଆ (୮୬କେଜି) ଙ୍କ ବ୍ୟତୀତ ଅନ୍ୟ ଦୁଇ ରେସ୍‌ଲର ନବୀନ(୬୫କେଜି) ଓ କ୍ରିଷନ (୧୨୫କେଜି)ଙ୍କର ମଧ୍ୟ ପଜିଟିଭ ଆସିଥିଲା। ଏହି ସମସ୍ତ ୩ଜଣ ସୋନେପତସ୍ଥିତ ସାଇ ସେଣ୍ଟରରେ ଆୟୋଜିତ ଜାତୀୟ କ୍ୟାମ୍ପରେ ଯୋଗ ଦେବା ଲାଗି ଆସିଥିଲେ ଏବଂ କ୍ୱାରାଣ୍ଟାଇନ୍‌ରେ ଥିଲେ। ପଜିଟିଭ୍‌ ଜଣାପଡ଼ିବା ପରେ ସେମାନଙ୍କୁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସାଇର ତାଲିକାଭୁକ୍ତ ଏକ ହସ୍ପିଟାଲରେ ଭର୍ତ୍ତି କରାଯିବା ସହ ସେମାନଙ୍କ ଉପରେ ନଜର ରଖା ଯାଇଥିଲା। ପ୍ରୋଟୋକଲ ଅନୁସାରେ କ୍ୟାମ୍ପ ସ୍ଥଳରେ ପହଞ୍ଚତ୍ବା ମାତ୍ରେ କୋଭିଡ୍‌-୧୯ ଚିହ୍ନଟ ପାଇଁ କୋଚ ଓ ସପୋର୍ଟ ଷ୍ଟାଫ୍‌ଙ୍କ ସମେତ ସମସ୍ତ ରେସ୍‌ଲରଙ୍କ ଆରଟି-ପିସିଆର ଟେଷ୍ଟ ବାଧ୍ୟତାମୂଳକ। କ୍ୟାମ୍ପରେ ଯୋଗଦେବା ଲାଗି ସମସ୍ତ ରେସ୍‌ଲର ସେପ୍ଟେମ୍ବର ୧ରେ ଏକାଠି ହୋଇଥିଲେ। ପୂର୍ବରୁ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଚାମ୍ପିୟନ ତଥା ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଏକମାତ୍ର ଭାରତୀୟ ମହିଳା ରେସ୍‌ଲର ଭିନେଶ ଫୋଗତ୍‌ଙ୍କର କୋଭିଡ୍‌ ଟେଷ୍ଟରେ ପଜିଟିଭ୍‌ ଆସିଥିଲା। ଫଳରେ ସେ ଖେଳରନତ୍ ପୁରସ୍କାର ଗ୍ରହଣ କରିବା ଲାଗି ଗତସପ୍ତାହରେ ଅନୁଷ୍ଠିତ ଜାତୀୟ କ୍ରୀଡ଼ା ପୁରସ୍କାର ଉତ୍ସବରେ ଯୋଗ ଦେଇ ପାରି ନ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?