ଦୀପାଳିଙ୍କ ଖଣ୍ଡାବୁଲା ଭିଡିଓ ଭାଇରାଲ

ସମ୍ବଲପୁର, ୧।୪ (ବ୍ୟୁରୋ): ଝାରସୁଗୁଡା ବିଧାନସଭା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି। ଶୁକ୍ରବାର ଏହା ଘୋଷଣା ହେବା ପରେ ଦୀପାଳି ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ଅପରପକ୍ଷରେ ଦୀପାଳି ଖଣ୍ଡା ବୁଲାଉଥିବାର ଏକ ଭିଡିଓ ଗୁରୁବାର ରାତିରୁ ଭାଇରାଲ ହେବାରେ ଲାଗିଛି। ସାମାଜିକ ଗଣମାଧ୍ୟମରେ ଏହା ଭାଇରାଲ ହେବା ପରେ ଚର୍ଚ୍ଚା ଜୋର ଧରୁଛି। ଏହି ପ୍ରସଙ୍ଗରେ ଜିଲା ଭାଜପା କୃଷକ ମୋର୍ଚ୍ଚା ସଭାପତି ସମୀର ରଞ୍ଜନ ବାବୁ ଅଭିଯୋଗ କରିଛନ୍ତି, ଜୟନାରାୟଣ ମିଶ୍ର କିମ୍ବା ଅନ୍ୟ ଭାଜପା ନେତା ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ପାରମ୍ପରିକ ଅସ୍ତ୍ର ଖଣ୍ଡା ବୁଲାଇଲେ ଗିରଫ କରାଯାଉଛି। ବିଭିନ୍ନ ଦଫାରେ ମାମଲା ରୁଜୁ କରାଯାଉଛି। ମାତ୍ର ବିଜେଡିର ପୂର୍ବତନ ମନ୍ତ୍ରୀଙ୍କ ଝିଅ ଦୀପାଳି ସର୍ବସମ୍ମୁଖରେ ଖଣ୍ଡା ବୁଲାଇଲେ ସବୁ ମାଫ୍‌ କରାଯାଉଛି। ଆଇନ କ’ଣ ବିଜେଡି ନେତାଙ୍କ ପାଇଁ ଗୋଟିଏ ଓ ଅନ୍ୟ ଲୋକଙ୍କ ପାଇଁ ଅଲଗା କି ବୋଲି ସେ ପ୍ରଶ୍ନ କରିଛନ୍ତି। ଭାଇରାଲ ଭିଡିଓରେ ଦୀପାଳିଙ୍କ ସହିତ ତାଙ୍କ ଭାଇ ବିଶାଳ ମଧ୍ୟ ଅଛନ୍ତି। ଦୀପାଳି ହାତରେ ଖଣ୍ଡା ଓ ମୁଣ୍ଡରେ ରାଜ ପଗଡି ପିନ୍ଧି ଖଣ୍ଡା ବୁଲାଉଛନ୍ତି। ତାଙ୍କ ସମର୍ଥକମାନେ ଭିଡିଓ କରିବା ସହ ଝାନ୍‌ସୀ କି ରାନି ବୋଲି ସମ୍ବୋଧନ କରୁଥିବା ମଧ୍ୟ ଶୁଣାଯାଉଛି। ଅନ୍ୟପଟେ ଘଟଣାଟି ଝାରସୁଗୁଡା ବୁରୋମାଲର ବୋଲି ଜଣାପଡିଛି। ସେଠାରେ ରାମନବମୀ ଉତ୍ସବରେ ଦୀପାଳି ଯୋଗଦେଇଥିଲେ। ଆୟୋଜକମାନେ ପ୍ରଥମେ ଲାଠି ଓ ପରେ ଖଣ୍ଡା ବୁଲାଇବାକୁ ଅନୁରୋଧ କରିବାରୁ ଦୀପାଳି ଖଣ୍ଡା ବୁଲାଇଥିବା ତାଙ୍କ ସମର୍ଥକମାନେ କହିଛନ୍ତି। ଝାରସୁଗୁଡା ଏସ୍‌ପି ପରମାର ସ୍ମିତ କହିଛନ୍ତି, ଭିଡିଓ ଓ ଖଣ୍ଡା ବୁଲାଇବାକୁ ନେଇ ଆମ ପାଖରେ କୌଣସି ଅଭିଯୋଗ ଆସି ନାହିଁ। ଅଭିଯୋଗ ପାଇବା ପରେ ତଦନ୍ତ କରାଯାଇ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri