ଆଜି ଦୀପିକା-ଦିନେଶ ବିବାଦର ଶୁଣାଣି

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ରାଜ୍ୟ ମହିଳା କମିଶନଙ୍କ ନିକଟରେ ବ୍ରହ୍ମପୁରର କେ. ଦୀପିକା ଗୁରୁବାର ହାଜର ହୋଇଛନ୍ତି। ନିଜକୁ ସ୍ତ୍ରୀ ଓ ତାଙ୍କ ସନ୍ତାନକୁ ପରିଚୟ ମାନ୍ୟତା ଦାବିରେ ଦୀର୍ଘ ୭୨ଦିନ ଧରି ସେ ଶ୍ୱଶୁର ଘର ଆଗରେ ଧାରଣାରେ ବସିଥିଲେ। ହେଲେ କୌଣସି ସମାଧାନ ବାହାରି ପାରିନାହିଁ। ତେଣୁ ସମସ୍ୟାର ସମାଧାନ ଲାଗି ଦୀପିକା ସାମାଜିକ କର୍ମୀ ପ୍ରମିଳା ତ୍ରିପାଠୀଙ୍କୁ ଧରି ମହିଳା କମିଶନଙ୍କ ନିକଟରେ ଆଗୁଆ ହାଜର ହୋଇ ନ୍ୟାୟ ପାଇଁ ଗୁହାରି ଜଣାଇଛନ୍ତି। ତେବେ ଶୁକ୍ରବାର ତାଙ୍କ ମାମଲାର ଶୁଣାଣି ହେବ ବୋଲି ସୂଚନା ମିଳିଛି। ଏନେଇ ଦୀପିକା ଗଣମାଧ୍ୟମ ଆଗରେ କହିଛନ୍ତି, ଶାଶୁ ଶ୍ୱଶୁରଙ୍କୁ ମୁଁ ବାଧ୍ୟ କରୁନି ଯେ ମୋତେ ଘରକୁ ନିଅନ୍ତୁ। ମୁଁ କେବଳ ମୋ ସ୍ବାମୀ’ଙ୍କୁ ମୋ’ ଅଧିକାର ମାଗୁଛି। ହେଲେ ଦିନେଶକୁ ମୋ’ ସହ ମିଶାଇବାକୁ ଶାଶୁଘର ଲୋକେ ଦେଲେନାହିଁ। ନ୍ୟାୟ ପାଇବା ପାଇଁ ତାଙ୍କ ଘର ଦୁଆରେ ଧାରଣା ଦେଇଛି। ତଥାପି ସେମାନେ ମୋତେ ହଇରାଣ ହରକତ କରୁଛନ୍ତି ବୋଲି ଦୀପିକା ଅଭିଯୋଗ କରିଛନ୍ତି। ଅପରପକ୍ଷରେ ପ୍ରମିଳା କହିଛନ୍ତି ମହିଳା କମିଶନଙ୍କ ଉପରେ ବିଶ୍ୱାସ ରହିଛି। ତେବେ ଦିନେଶ ଆସିଲେ ଯାହା ସମାଧାନ ହୋଇପାରିବ।
ସୂଚନାଯୋଗ୍ୟ, ବ୍ରହ୍ମପୁର ବଡ଼ବଜାର ଦେଶୀ ବେହେରା ସାହିର କେ. ଦୀପିକା ଏବଂ କେ. ଦିନେଶଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ପ୍ରେମ ସମ୍ପର୍କ ପରେ ଧୋକା ପାଲଟିଥିଲା। ଦୁହିଁଙ୍କ ସମସ୍ୟା ନେଇ ହାଇକୋର୍ଟରେ ମାମଲା ବିଚାରାଧୀନ ଥିବାବେଳେ ଦିନେଶ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରୁଥିବା ଦୀପିକା ଖବର ପାଇଥିଲେ। ତେଣୁ ସ୍ତ୍ରୀର ମାନ୍ୟତା ଓ ନିଜ ୧୯ ମାସ ଛୁଆର ପରିଚୟ ଦାବିରେ ସେ ଦିନେଶଙ୍କ ଘର ଆଗରେ ଧାରଣାରେ ବସି ରହିବା ସହ ନ୍ୟାୟ ପାଇଁ ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଥିଲେ। ଏନେଇ କମିଶନଙ୍କ ପକ୍ଷରୁ ଉଭୟ ଦୀପିକା ଓ ଦିନେଶଙ୍କ ପରିବାରଙ୍କୁ ନୋଟିସ କରାଯାଇଥିଲା। ନୋଟିସ ପାଇ ସେପ୍ଟେମ୍ବର ୧୯ରେ ଦୀପିକା ପରିବାରବର୍ଗଙ୍କ ସହ ସ୍ବେଚ୍ଛାସେବୀ ପ୍ରମିଳା ତ୍ରିପାଠୀଙ୍କୁ ଧରି ମହିଳା କମିଶନରଙ୍କ ପାଖରେ ହାଜର ହୋଇଥିଲେ ମଧ୍ୟ ଦିନେଶ ଆସି ନ ଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ହୋଇଥିବା ବିବାଦର ସମାଧାନ ହୋଇପାରି ନ ଥିଲା। ତେଣୁ ଥାନା ମାଧ୍ୟମରେ ଦିନେଶଙ୍କ ପାଖକୁ ପୁଣି ଥରେ ନୋଟିସ କରାଯିବା ସହ ବ୍ରହ୍ମପୁର ଏସ୍‌ପିଙ୍କ ଜରିଆରେ ମଧ୍ୟ ହାଜର ହେବା ପାଇଁ ନୋଟିସ ଜାରି କରାଯାଇ ଅକ୍ଡୋବର ୧୪ରେ ପରବର୍ତ୍ତୀ ଶୁଣାଣି ହେବ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri