Posted inଖେଳ

ଆର୍‌ସିବି ୯୨ରନ୍‌ କରିବା ପରେ ଚର୍ଚ୍ଚାରେ ଦୀପିକା; ୧୧ ବର୍ଷ ପୂର୍ବ…

ନୂଆଦିଲ୍ଲୀ,୨୧।୯: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଆଇପିଏଲ୍‌ ଆରମ୍ଭ ଦିନରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଟିମ୍‌ର ବଡ଼ ପ୍ରଶଂସିକା। ଷ୍ଟାଡିୟମରେ ପହଞ୍ଚି ଆର୍‌ସିବି ମ୍ୟାଚ୍‌ ଦେଖିବାଠାରୁ ଆରମ୍ଭ କରି ଦଳର ବିଜୟରେ ଟୁଇଟ୍‌ କରି ଖୁସିବ୍ୟକ୍ତ କରନ୍ତି ସେ। ତେବେ ସୋମବାର କେକେଆର୍‌ ବିପକ୍ଷରେ ଆର୍‌ସିବି ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ମ୍ୟାଚ୍‌ ଖେଳିଥିଲା। ଏଥିରେ ଦଳ ମାତ୍ର ୯୨ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ଏହାପରେ ଦୀପିକାଙ୍କ ୧୧ ବର୍ଷ ତଳର ଟୁଇଟ୍‌ ଭାଇରାଲ ହେବାରେ ଲାଗିଛି।

୨୦୧୦ରେ ବିରାଟ କୋହଲିଙ୍କ ଟିମ୍‌ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସକୁ ୯୨ ରନ୍‌ରେ ଆଉଟ୍‌ କରିଦେଇଥିଲା। ଏହାପରେ ଦୀପିକା ଏକ ଟୁଇଟ୍‌ କରିଥିଲେ। ଆର୍‌ସିବି ଉକ୍ତ ମ୍ୟାଚ୍‌କୁ ୧୦ ଉଇକେଟରେ ଜିତିନେଇଥିଲା। ୨୦୨୧ ଆଇପିଏଲ୍‌ରେ ସମାନ ସ୍କୋର ଆର୍‌ସିବି କରିବା ପରେ ଦୀପିକାଙ୍କ ଟୁଇଟ୍‌ ଭାଇରାଲ ହୋଇଛି। ସେଥିରେ ଦୀପିକା ଲେଖିଥିଲେ, ୯୨ !! ଏହା କଣ ଗୋଟିଏ ସ୍କୋର। ବହୁତ ଭଲ ପ୍ରଦର୍ଶନ ଆର୍‌ସିବି। ଏହିଭଳି ଆଗକୁ ବଢ଼। ମୁଁ ଆପଣଙ୍କ ସହ ଅଛି। ପ୍ରତି ସେକେଣ୍ଡରେ ଏହାର ଲାଇଭ୍‌ ଦେଖୁଛି ବୋଲି ସେ କହିଥିଲେ। ଏବେ ଏହା ଭାଇରାଲ ହେବା ପରେ ବ୍ୟବହାରକାରୀ ଭଳିକି ଭଳି ମନ୍ତବ୍ୟ ଦେଉଛନ୍ତି।

ପ୍ରକାଶ ଯେ, କୋଲକାତା ନାଇଟ୍‌ ରାଇଡର୍ସ ଦଳ ଉଲ୍ଲେଖନୀୟ ବୋଲିଂ କରିବା ଯୋଗୁ ଆର୍‌ସିବି ଦଳ ୯୨ରେ ଅଲଆଉଟ୍‌ ହୋଇଥିଲେ। ପରେ କେକେଆର୍‌ ଟିମ୍‌ ୧୦ ଓଭରରେ ଲକ୍ଷ୍ୟ ହାସଲ କରିନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri