ଦୀପିକାଙ୍କ ବଦାନ୍ୟତା

ମୁମ୍ବାଇ: ବଲିଉଡ୍ କୁଇନ୍ ଦୀପିକା ପାଦୁକୋନ ଏବେ ତାଙ୍କ କୋଷ୍ଟାରଙ୍କ ପାଇଁ ଆଗେଇ ଆସିଛନ୍ତି । ମୁଭି ‘ଛପାକ’ରେ ତାଙ୍କ ସହ ଅଭିନୟ କରିଥିବା ବାଲା ଏବେ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି । ବାଲା ହେଉଛନ୍ତି ଜଣେ ଏସିଡ୍ ପୀଡ଼ିତା । ଦୀର୍ଘ ପ୍ରାୟ ୯ ବର୍ଷ ତଳେ ପାରିବାରିକ କଳହକୁ ନେଇ ବାଲା ଓ ତାଙ୍କ ଦାଦାଙ୍କ ଉପରେ ହୋଇଥିଲା ଏସିଡ୍ ମାଡ । ଏଥିରେ ତାଙ୍କ ଦାଦାଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲା ୧୨ଟି ସର୍ଜରୀ ପରେ ବଞ୍ଚି ଯାଇଥିଲେ । ହେଲେ ଏତିକିରେ ସେ ହାରି ଯାଇ ନ ଥିଲେ । ନିଜ ଗୋଡରେ ନିଜେ ଠିଆ ହେବାକୁ ଚେଷ୍ଟା କରିଥିଲେ । ଏବେ ସେ ଆଗ୍ରାରେ ସିରୋଜ ହ୍ୟାଙ୍ଗଆଉଟ କାଫେରେ କାମ କରୁଥିଲେ । ହେଲେ ହଠାତ୍ ଅସୁସ୍ଥ ହୋଇ ପଡିବାରୁ ଏବେ ତାଙ୍କର କିଡନୀ ଖରାପ ହୋଇଥିବା ଜଣାପଡିଛି । ଏଥିପାଇଁ ସିରୋଜ ହ୍ୟାଙ୍ଗଆଉଟ କାଫେ ବାଲାଙ୍କ ପାଇଁ ଅନ୍ ଲାଇନ୍ କ୍ରାଉଡ ଫଣ୍ଡିଂ ଯୋଗାଡ କରୁଛି । ଏହା ଜାଣିବା ପରେ ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ ସାହାଯ୍ୟର ହାତ ବଢାଇଛନ୍ତି । ସେ ବାଲାଙ୍କ ଚିକିତ୍ସା ପାଇଁ ୧୫ ଲକ୍ଷ ଟଙ୍କା ଦାନ କରିଛନ୍ତି । ସୂଚନାଯୋଗ୍ୟ, ଏସିଡ ପୀଡିତା ଲକ୍ଷ୍ମୀଙ୍କ ଜୀବନ କାହାଣୀ ଉପରେ ଆଧାରିତ ଫିଲ୍ମ ‘ଛପାକ’ ଦୀପିକାଙ୍କ ଉପରେ ଖୁବ୍ ପ୍ରଭାବ ପକାଇଛି । ଏଥିରେ ସେ ମୁଖ୍ୟ କଳାକାର ଥିବା ବେଳେ ବାଲା ବି ଏଥିରେ ଦୀପିକାଙ୍କ ସହ କାମ କରିଛନ୍ତି । ଏହାସହ ସେ ଦ କପିଲ ଶର୍ମା ଶୋକୁ ବି ଆସି ସାରିଛନ୍ତି । ଏବେ ଦୀପିକା ବାଲାଙ୍କ ସୁସ୍ଥ ଜୀବନ କାମନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri