ଦୀପିକାଙ୍କ ବଦାନ୍ୟତା

ମୁମ୍ବାଇ: ବଲିଉଡ୍ କୁଇନ୍ ଦୀପିକା ପାଦୁକୋନ ଏବେ ତାଙ୍କ କୋଷ୍ଟାରଙ୍କ ପାଇଁ ଆଗେଇ ଆସିଛନ୍ତି । ମୁଭି ‘ଛପାକ’ରେ ତାଙ୍କ ସହ ଅଭିନୟ କରିଥିବା ବାଲା ଏବେ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି । ବାଲା ହେଉଛନ୍ତି ଜଣେ ଏସିଡ୍ ପୀଡ଼ିତା । ଦୀର୍ଘ ପ୍ରାୟ ୯ ବର୍ଷ ତଳେ ପାରିବାରିକ କଳହକୁ ନେଇ ବାଲା ଓ ତାଙ୍କ ଦାଦାଙ୍କ ଉପରେ ହୋଇଥିଲା ଏସିଡ୍ ମାଡ । ଏଥିରେ ତାଙ୍କ ଦାଦାଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲା ୧୨ଟି ସର୍ଜରୀ ପରେ ବଞ୍ଚି ଯାଇଥିଲେ । ହେଲେ ଏତିକିରେ ସେ ହାରି ଯାଇ ନ ଥିଲେ । ନିଜ ଗୋଡରେ ନିଜେ ଠିଆ ହେବାକୁ ଚେଷ୍ଟା କରିଥିଲେ । ଏବେ ସେ ଆଗ୍ରାରେ ସିରୋଜ ହ୍ୟାଙ୍ଗଆଉଟ କାଫେରେ କାମ କରୁଥିଲେ । ହେଲେ ହଠାତ୍ ଅସୁସ୍ଥ ହୋଇ ପଡିବାରୁ ଏବେ ତାଙ୍କର କିଡନୀ ଖରାପ ହୋଇଥିବା ଜଣାପଡିଛି । ଏଥିପାଇଁ ସିରୋଜ ହ୍ୟାଙ୍ଗଆଉଟ କାଫେ ବାଲାଙ୍କ ପାଇଁ ଅନ୍ ଲାଇନ୍ କ୍ରାଉଡ ଫଣ୍ଡିଂ ଯୋଗାଡ କରୁଛି । ଏହା ଜାଣିବା ପରେ ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ ସାହାଯ୍ୟର ହାତ ବଢାଇଛନ୍ତି । ସେ ବାଲାଙ୍କ ଚିକିତ୍ସା ପାଇଁ ୧୫ ଲକ୍ଷ ଟଙ୍କା ଦାନ କରିଛନ୍ତି । ସୂଚନାଯୋଗ୍ୟ, ଏସିଡ ପୀଡିତା ଲକ୍ଷ୍ମୀଙ୍କ ଜୀବନ କାହାଣୀ ଉପରେ ଆଧାରିତ ଫିଲ୍ମ ‘ଛପାକ’ ଦୀପିକାଙ୍କ ଉପରେ ଖୁବ୍ ପ୍ରଭାବ ପକାଇଛି । ଏଥିରେ ସେ ମୁଖ୍ୟ କଳାକାର ଥିବା ବେଳେ ବାଲା ବି ଏଥିରେ ଦୀପିକାଙ୍କ ସହ କାମ କରିଛନ୍ତି । ଏହାସହ ସେ ଦ କପିଲ ଶର୍ମା ଶୋକୁ ବି ଆସି ସାରିଛନ୍ତି । ଏବେ ଦୀପିକା ବାଲାଙ୍କ ସୁସ୍ଥ ଜୀବନ କାମନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri