ମାତାପିତାଙ୍କ ସହ ପ୍ୟାରିସ ଫ୍ୟାଶନ ୱିକରେ ନଜର ଆସିଲେ ଦୀପିକା

ମୁମ୍ବାଇ: ବଲିଉଡ କୁଇନ୍ ଦୀପିକା ପାଦୁକୋନଙ୍କ ଭିନ୍ନ ଅନ୍ଦାଜ ଦର୍ଶକଙ୍କ ଦିଲ ଜିତିଥାଏ । ନିକଟରେ ଦୀପିକା ପ୍ୟାରିସ ଫ୍ୟାଶନ ୱିକରେ ଯୋଗ ଦେଇଥିଲେ । ସେ ଲୁଇ ବୁଇଟନ ଶୋ’ରେ ସେଲିବ୍ରିଟି ଗେଷ୍ଟ ଭାବେ ପହଞ୍ଚିଥିଲେ । ଏହି ସମୟରେ ସେ ତାଙ୍କ ପିତା ପ୍ରକାଶ ପାଦୁକୋନ ଓ ମାଆ ଉଜ୍ଜଳା ପାଦୁକୋନଙ୍କ ସହ ନଜର ଆସିଥିଲେ ।
ସୂଚନାଯୋଗ୍ୟ, ନିକଟରେ ଦୀପିକା ଲୁଇ ବୁଇଟନର ବ୍ରାଣ୍ଡ ଆମ୍ବାସଡର ହୋଇଛନ୍ତି । ଏବେ ସେହି ଇଭେଣ୍ଟରେ ଦୀପିକା ଯୋଗଦେବା ପରେ ତାଙ୍କର କିଛି ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ପ୍ୟାରିସ ଫ୍ୟାଶନ ୱିକରେ ଦୀପିକା କେତେଜଣ ହଲିଉଡ ସେଲିବ୍ରିଟିଙ୍କ ସହ ପ୍ରଥମ ଲାଇନରେ ବସିଥିବା ଦେଖାଯାଇଥିଲା । ଏଥିରେ ଦୀପିକାଙ୍କ ଲୁକ ବେଶ ସୁନ୍ଦର ଥିବା ବେଳେ ତାଙ୍କ ମାଆ ମ୍ୟାଚିଂ ଲୁକରେ ନଜର ଆସିଥିଲେ । କିନ୍ତୁ ପିତା ପ୍ରକାଶ ପାଦୁକୋନ କାଜୁଆଲ ଡ୍ରେସରେ ନଜର ଆସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?