ରଣବୀରଙ୍କ ଫଟୋ ଶେୟାର କରି ମନର କଥା କହିଲେ ଦୀପିକା

ଆଜିକାଲି ବଲିଉଡ ଅଭିନେତା ରଣବୀର ସିଂ ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ ନ୍ୟୁଡ୍‌ ଫଟୋଶୁଟ୍‌ କରି ବିବାଦ ଘେରକୁ ଆସୁଛନ୍ତି। ଅନେକ ଲୋକ ତାଙ୍କ ସମର୍ଥନରେ ଆସିଥିବାବେଳେ କେହି କେହି ତାଙ୍କୁ ଟ୍ରୋଲ ମଧ୍ୟ କରୁଛନ୍ତି। କେବଳ ଏତିକି ନୁହେଁ, ଜଣେ ଆଇନଜୀବୀ ନ୍ୟୁଡ୍‌ ଫଟୋକୁ ନେଇ ରଣବୀରଙ୍କ ନାଁରେ ରାଜ୍ୟ ମହିଳା ଆୟୋଗରେ ଅଭିଯୋଗ କରିଛନ୍ତି। ଏତେ ସବୁ ବିବାଦ ପରେ ରଣବୀରଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଦୀପିକା ପାଦୁକୋନ ସ୍ବାମୀଙ୍କ ଫଟୋ ଶେୟାର କରିଛନ୍ତି। ଦୀପିକାଙ୍କ ଏହି ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ଫଟୋରେ ରଣବୀର ଏକ ଧଳା ଟି-ଶର୍ଟ ସହିତ ଅଫ ହ୍ବାଇଟ ବ୍ଲେଜର ପିନ୍ଧିଥିବାର ନଜର ଆସିଛନ୍ତି। ଫର୍ମାଲ୍‌ ଲୁକରେ ସେ ବହୁତ ହ୍ୟାଣ୍ଡ୍‌ସମ୍‌ ଦେଖାଯାଉଛନ୍ତି। ସମସ୍ତେ ରଣଭୀରଙ୍କ ଲୁକକୁ ପ୍ରଶଂସା କରୁଛନ୍ତି। ଫଟୋ ଶେୟାର କରି ଦୀପିକା ଲେଖିଛନ୍ତି – ହ୍ୟାଲୋ ହ୍ୟାଣ୍ଡ୍‌ସମ୍‌।
ରଣବୀର ଇଣ୍ଟରନ୍ୟାସନାଲ ମାଗାଜିନ ‘ପେପର୍‌’ର କଭର ପେଜ ପାଇଁ ଏକ ନ୍ୟୁଡ୍‌ ଫଟୋଶୁଟ କରାଇଥିଲେ। ଏହି ଫଟୋ ସୋଶିଆଲ ମିଡିଆରେ ଭାଇରାଲ ହୋଇଥିଲା। ମହିଳାଙ୍କ ଭାବନାକୁ ଆଘାତ ଦେବା ଅଭିଯୋଗରେ ରଣବୀରଙ୍କ ବିରୋଧରେ ଚେମ୍ବୁର ପୋଲିସ ଷ୍ଟେଶନରେ ଆଇପିସି ଆକ୍ଟ ୨୯୨, ୨୯୩ ଓ ୫୦୯ରେ ଏଫଆଇଆର୍‌ ରୁଜୁ କରାଯାଇଥିଲା।
ୱାର୍କ ଫ୍ରଣ୍ଟରେ ଦୀପିକା ପାଦୁକୋନ ଖୁବ ଶୀଘ୍ର ଶାହରୁଖ ଖାନ ଏବଂ ଜନ ଆବ୍ରହାମଙ୍କ ସହ ଫିଲ୍ମ ପଠାନରେ ନଜର ଆସିବେ। ଏହି ଫିଲ୍ମ ଜାନୁଆରୀ ୨୦୨୩ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ଏହା ବ୍ୟତୀତ ସେ ହ୍ରିତିକ ରୋଶନଙ୍କ ସହ ଫାଇଟରରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri