ଫିଫା ୱାର୍ଲଡ କପ ୨୦୨୨: ଟ୍ରଫି ଅନାବରଣରେ ଗର୍ଜିୟସ ଲୁକରେ ନଜର ଆସିଲେ ଦୀପିକା

ମୁମ୍ବାଇ: ସାରା ବିଶ୍ୱରେ ଏବେ ଫିଫା ୱାର୍ଲଡ କପ ୨୦୨୨ର ଧୁମ ଚାଲିଛି । ଏହି ଟ୍ରଫିରେ ଭାରତର ଯୋଗଦାନ ବି ଯୋଡି ହୋଇଯାଇଛି । କାରଣ ଏଥିପାଇଁ ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଟ୍ରଫି ଅନାବରଣ କରିଥିଲେ । ସୋସିଆଲ ମିଡିଆରେ ଫିଫା ୱାର୍ଲଡ କପ ଟ୍ରଫି ଅନାବରଣ କରୁଥିବା ବେଳେ ଦୀପିକାଙ୍କର କିଛି ଫଟୋ ଏବେ ସାମ୍ନାକୁ ଆସିଛି । ଏଥିରେ ଅଭିନେତ୍ରୀ ଖୁବ ଗର୍ଜିୟସ ଲାଗୁଛନ୍ତି ।
ଦୀପିକା ପୂର୍ବତନ ସ୍ପେନିସ ଗୋଲକିପର ଇକେର କାସିଲାସଙ୍କ ସହ ଟ୍ରଫି ଉପରୁ ପରଦା ଉଠାଇଥିଲେ । ଏହି ସମୟରେ ଅଡିଏନ୍ସ ତାଳିମାରି ଚିୟର୍ସ କରିଥିଲେ । ଫିଫା ୱାର୍ଲଡ କପରେ ପହଞ୍ଚିଥିବା ଦୀପିକାଙ୍କ ଲୁକକୁ ନେଇ ଖୁବ୍ ଚର୍ଚ୍ଚା ହେଉଛି । ସେଠାରେ ସେ ହ୍ୱାଇଟ କଲର ଶର୍ଟ ଉପରେ ଗୋଲଡେନ ଜ୍ୟାକେଟ ପିନ୍ଧିଥିବା ନଜର ଆସିଛି ।
ଏହି କ୍ଲାସି ଲୁକରେ ଦୀପିକା ପୁଣିଥରେ ତାଙ୍କ ଫ୍ୟାନ୍ସଙ୍କୁ ଇମ୍ପ୍ରେସ କରିଛନ୍ତି । ଏହାସହ ତାଙ୍କର ମିଲିୟନ ଡଲାରର ସ୍ମାଇଲ ଏହି ଲୁକରେ ଚାର ଚାନ୍ଦ ଲଗାଇ ଦେଇଛି । ଗୋଟିଏ ଫଟୋରେ ଦୀପିକା ଟ୍ରଫିକୁ ଖୁବ୍ ଧ୍ୟାନରେ ଦେଖୁଛନ୍ତି । ତେବେ ଟ୍ରଫି ଅନାବରଣ ସମୟରେ ସେ ସମସ୍ତ ଫୁଟବଲ ଫ୍ୟାନ୍ସଙ୍କୁ ଚିୟର କରିଛନ୍ତି ।

ଏହି ଟ୍ରଫି ରିଭିଲ କରି ଦୀପିକା ତାଙ୍କ ନାଁରେ ଆଉ ଏକ ଆଚିଭମେଣ୍ଟ ଯୋଡି ଦେଇଛନ୍ତି । ଏହାସହ ଫିଫା ଟ୍ରଫି ରିଭିଲ କରିବାରେ ସେ ପ୍ରଥମ ଭାରତୀୟ ଭାବେ ଇତିହାସ ରଚିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri