୨୫ ହଜାର ଟଙ୍କିଆ ମାସ୍କ ପିନ୍ଧି ଚର୍ଚ୍ଚାରେ ଦୀପିକା

ମୁମ୍ବାଇ: ଦେଶରେ କରୋନା ମହାମାରୀ କାୟା ବିସ୍ତାର କରିବା ପରଠାରୁ ଏହାକୁ ଦୂରେଇ ଦେବାକୁ ପ୍ରୟାସ ଜାରି ରହିଛି । ସ୍ୱାସ୍ଥ୍ୟବିଶେଷଜ୍ଞଙ୍କ ପରାମର୍ଶ ଅନୁଯାୟୀ, ସମସ୍ତେ ମାସ୍କ ପିନ୍ଧିବା ଜରୁରୀ ବୋଲି କୁହାଯାଇଛି । ଲୋକେ ୧୦ଟଙ୍କାରୁ ଆରମ୍ଭ କରି ପାଖାପାଖି ୫୦୦ଟଙ୍କିଆ ପର୍ଯ୍ୟନ୍ତ ମାସ୍କ ପିନ୍ଧୁଥିବା ଦେଖାଯାଇଛି । ହେଲେ ବଲିଉଡ୍ ସେଲିବ୍ରିଟିମାନେ ଯେଉଁ ମାସ୍କ ବ୍ୟବହାର କରୁଛନ୍ତି ତାହା ଖୁବ୍ ଦାମୀ ବୋଲି ଜଣାପଡିଛି । ନିକଟରେ ପଦ୍ମାବତ ଫେମ୍ ଦୀପିକା ପାଦୁକୋନ ଏକ ବ୍ଲାକ କଲର ମାସ୍କ ପିନ୍ଧିଥିଲେ ଯାହା ଏବେ ଚର୍ଚ୍ଚାକୁ ଆସିଛି । ନିକଟରେ ସେ ଏକ ପାର୍ଟିକୁ ଯିବା ସମୟରେ ବ୍ଲାକ କଲର ବଡିଶୁଟ୍‌, ବ୍ଲାକ ପ୍ୟାଣ୍ଟ ସହ ବ୍ଲାକ କଲର ମାସ୍କ ପିନ୍ଧିଥିଲେ । ହେଲେ ସେ ଯେଉଁ ମାସ୍କ ପିନ୍ଧିଥିଲେ ତାହାର ଦାମ ୧ହଜାର କି ୨ ହଜାର ନୁହେଁ ବରଂ ୨୫ ହଜାର ଟଙ୍କା ବୋଲି ଜଣାପଡିଛି । ଯେଉଁଥିପାଇଁ ଏବେ ଏହି ମାସ୍କ ଆସିଛି ଚର୍ଚ୍ଚାକୁ । ଦୀପିକାଙ୍କ ଏହି ମାସ୍କ ଲୁଇସ୍ ବେଟାନ ମାସ୍କ ଅଟେ । ଏହି କମ୍ପାନୀ ଦାମୀ ଜିନିଷ ପାଇଁ ବେଶ୍ ଜଣାଶୁଣା । କମ୍ପାନୀ ଦାବି କରିଛି ଯେ ଯଦି ଆପଣ ଦିନସାରା ଏହି ମାସ୍କ ପିନ୍ଧୁଛନ୍ତି ତେବେ ଆପଣଙ୍କୁ କିଛି ଅସୁବିଧା ଲାଗିବ ନାହିଁ । ଏବେ ଆଲୋଚନା ହେଉଛି କି ଏହି ମାସ୍କ କେବଳ ଏଲିଟ କ୍ଲାସର ଲୋକଙ୍କ ପାଇଁ କାରଣ ସାଧାରଣ ଲୋକେ ଏତେ ଦାମ୍ ଦେଇ ଏହି ମାସ୍କ କିଣିବା ମୁସ୍କିଲ ।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri