Posted inଖେଳ

୧ ନମ୍ବରକୁ ଫେରିଲେ ଦୀପିକା

ପ୍ୟାରିସ,୨୯।୬(ପି.ଟି.): ଭାରତୀୟ ମହିଳା ତୀରନ୍ଦାଜ ଦୀପିକା କୁମାରୀ ପୁଣିଥରେ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୧ ନମ୍ବର ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଠାରେ ଚାଲିଥିବା ଓ୍ବାଲର୍‌ଡ କପ୍‌ ଷ୍ଟେଜ୍‌ ୩ରେ ସେ ୩ଟି ସ୍ବର୍ଣ୍ଣ ପଦକ ହାସଲ କରି ଏହି ସଫଳତା ଅର୍ଜନ କରିଛନ୍ତି। ୨୦୧୨ ପରେ ରାଞ୍ଚିର ଦୀପିକା ପ୍ରଥମଥର ପାଇଁ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନକୁ ଫେରିଛନ୍ତି। ରବିବାର ସେ ୩ଟି ରିକର୍ଭ ଇଭେଣ୍ଟ ଯଥା ମହିଳା ବ୍ୟକ୍ତିଗତ, ଟିମ୍‌ ଓ ମିକ୍ସ ପେୟାରରେ ସ୍ବର୍ଣ୍ଣ ପଦକ ହାସଲ କରି ଏକ ବିରଳ ସଫଳତା ଅର୍ଜନ କରିଛନ୍ତି। ଓ୍ବାଲର୍‌ଡ ଆର୍ଚେରୀ ଏ ନେଇ ଟୁଇଟ୍‌ କରି ସୂଚନା ଦେଇଛି।
ଦୀପିକା ପ୍ରଥମେ ଅଙ୍କିତା ଭକତ ଓ ମୋଲିକା ବାରିଙ୍କ ସହ ମିଳିତ ଭାବେ ମେକ୍ସିକୋକୁ ହରାଇ ମହିଳା ରିକର୍ଭ ଟିମ୍‌ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଏହାପରେ ସେ ସ୍ବାମୀ ଅତନୁ ଦାସଙ୍କ ସହ ମିଶି ୫-୩ରେ ପ୍ରତିପକ୍ଷ ନେଦରଲାଣ୍ଡ୍ସ ଦଳକୁ ହରାଇ ମିକ୍ସଡ ପେୟାରରେ ସ୍ବର୍ଣ୍ଣ ଜିତିଥିଲେ। ଏହାପରେ ସେ ୧୭ତମ ର଼୍ୟାଙ୍କର ରୁଷୀୟ ତୀରନ୍ଦାଜ ଏଲିନା ଓସିପୋଭାଙ୍କୁ ୬-୦ରେ ହରାଇ ସ୍ବର୍ଣ୍ଣ ଜିତିଥିଲେ ଓ ଚତୁର୍ଥ ବ୍ୟକ୍ତିଗତ ବିଶ୍ୱକପ୍‌ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ମୋଟ ଉପରେ ଦୀପିକା ବିଶ୍ୱକପ୍‌ରେ ୯ ସ୍ବର୍ଣ୍ଣ, ୧୨ ରୌପ୍ୟ ଓ ୭ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ପ୍ରଥମଥର ପାଇଁ ବିଶ୍ୱକପ୍‌ରେ ସବୁ ୩ଟି ସ୍ବର୍ଣ୍ଣ ଜିତିଥିତ୍ବାରୁ ବେଶ୍‌ ଆତ୍ମସନ୍ତୋଷ ଲାଭ କରିଛି ବୋଲି ଦୀପିକା କହିଛନ୍ତି। ଡୋଲା ବାନାର୍ଜୀଙ୍କ ପରେ ଦ୍ୱିତୀୟ ଭାରତୀୟ ମହିଳା ଭାବେ ଦୀପିକା ୧ ନମ୍ବର ସ୍ଥାନ ହାସଲ କରିଛନ୍ତି। ଆସନ୍ତାମାସରେ ଆରମ୍ଭ ହେବାକୁ ଯାଉଥିବା ଟୋକିଓ ଅଲିମ୍ପିକ୍ସରେ ସେ ଏକମାତ୍ର ଭାରତୀୟ ତୀରନ୍ଦାଜ ଭାବେ ଭାରତ ପାଇଁ ପ୍ରତିନିଧିତ୍ୱ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri