ଡ୍ରଗ୍ସ ମାମଲା: ଏନ୍‌ସିବି କାର୍ଯ୍ୟାଳୟ ପହଞ୍ଚିଲେ ଦୀପିକା, ସାରା-ଶ୍ରଦ୍ଧାଙ୍କୁ ହୋଇପାରେ ଜେରା

ମୁମ୍ବାଇ,୨୬ ।୯: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ ଆସିବା ପରେ ବଲିଉଡ୍‌ର କେତେଜଣ ନାମୀଦାମୀ ବ୍ୟକ୍ତି ବିଶେଷ ଏବେ ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ(ଏନ୍‌ସିବିବି) ରାଡାରରେ ରହିଛନ୍ତି । ଏମାନଙ୍କ ମଧ୍ୟରେ ରହିଛନ୍ତି ବଲିଉଡ୍ ନାୟିକା ଦୀପିକା ପାଦୁକୋନ, ସାରା ଅଲି ଖାଁ, ରକୁଲ ପ୍ରିତ ସିଂଙ୍କ ଭଳି ଆଗଧାଡିର ଅଭିନେତ୍ରୀ । ଏମାନଙ୍କ ନାଁ ଆସିବା ପରେ ଏବେ ଏନ୍‌ସିବି ତା’ର ଯାଞ୍ଚକୁ ଆହୁରି କଡାକଡି କରିଦେଇଛି । ଏହି ଧାରାରେ ଶୁକ୍ରବାର ରକୁଲ ପ୍ରିତ ସିଂଙ୍କୁ ଜେରା କରାଯାଇଛି । ପଚରା ଉଚରା ବେଳେ ସେ ଡ୍ରଗ୍ସ ନେବା କଥା ମନା କରିଥିଲେ ବି ରିଆଙ୍କ ସହ ଡ୍ରଗ୍ସ ଚାଟ କଥା ସ୍ୱୀକାର କରିଛନ୍ତି । ସେ କହିଛନ୍ତି ଡ୍ରଗ୍ସ ତାଙ୍କ ଘରେ ରିଆ ରଖିଥିଲେ । ଅନ୍ୟପଟେ ଦୀପିକାଙ୍କ ମ୍ୟାନେଜର କରିଶ୍ମା ପ୍ରକାଶଙ୍କୁ ମଧ୍ୟ ପଚରା ଉଚରା କରାଯାଇଛି । ଶନିବାର ସକାଳୁ ଦୀପିକା ପାଦୁକୋନ ଏନ୍‌ସିବିର ଏସ୍‌ଆଇଟି କାର୍ଯ୍ୟାଳୟ ପହଞ୍ଚିଛନ୍ତି । ତାଙ୍କୁ ଏନ୍‌ସିବି ଡ୍ରଗ୍ସ ମାମଲାରେ ସମନ ଜାରି କରି ପଚରା ଉଚରା ପାଇଁ ଡାକିଛି । ଅନୁମାନ କରାଯାଉଛି କି ଦୀପିକା ଓ ତାଙ୍କ ମ୍ୟାନେଜରଙ୍କୁ ସମ୍ନା ସାମ୍ନି ବସାଇ ପଚରା ଉଚରା କରାଯିବ । ଅନ୍ୟପଟେ ଅଭିନେତ୍ରୀ ସାରା ଅଲ୍ଲି ଖାାଁ ଓ ଶ୍ରଦ୍ଧା କପୁରଙ୍କ ନାଁ ଏଥିରେ ସାମିଲ ଥିବାରୁ ସେମାନଙ୍କୁ ମଧ୍ୟ ଜେରା କରାଯାଇପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀରେ କୁମ୍ଭ ରାଶିରେ ଲାଗିବ ଚନ୍ଦ୍ର ଗ୍ରହଣ, ୨୮ ଅଗଷ୍ଟରୁ ୫ ରାଶିଙ୍କ ଖରାପ ଟାଇମ୍‌ ଆରମ୍ଭ, ଅଯଥା ଖର୍ଚ୍ଚାନ୍ତରେ ପଡିବେ…

ଏହି ଚନ୍ଦ୍ରଗ୍ରହଣ ଏକ ଆଂଶିକ ଗ୍ରହଣ ହେବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ ଅନେକ ରାଶିର ଲୋକଙ୍କ ଜୀବନରେ ପ୍ରଭାବ ପଡ଼ିବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ କେତେକ ରାଶିକୁ…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ପୁରୀରେ ପୁଣି ହତ୍ୟାକାଣ୍ଡ

ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri