ଟୁଇଟରରେ ଟ୍ରେଣ୍ଡ ହେଲା ହାସଟ୍ୟାଗ ଦୀପିକା ପାଦୁକୋନ

ମୁମ୍ବାଇ: ବଲିଉଡ୍ ବାଦଶାହା ଶାହାରୁଖ ଖାଁଙ୍କ ହିରୋଇନ୍ ଦୀପିକା ପାଦୁକୋନ ଫିଲ୍ମ ‘ଓମ ଶାନ୍ତି ଓମ’ରୁ ବଲିଉଡ ଡେବ୍ୟୁ କରିଥିଲେ । ୯ ନଭେମ୍ବର ୨୦୦୭ରେ ଏହି ଫିଲ୍ମ ଲଞ୍ଚ ହୋଇଥିଲା । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅର୍ଜୁନ ରାମପାଲ, ଶ୍ରେୟସ ତଲପଡେ ଓ କିରଣ ଖେର ମୁଖ୍ୟ ଭୂମିକାରେ ନଜର ଆସିଥିଲେ । ଏବେ ଦୀପିକାଙ୍କ ବଲିଉଡ୍ ଏଣ୍ଟ୍ରିକୁ ୧୪ ବର୍ଷ ପୂରଣ ହୋଇଛି । ଏହାକୁ ନେଇ ତାଙ୍କ ପ୍ରଶଂସକମାନେ ଭିନ୍ନ ଅନ୍ଦାଜରେ ଦୀପିକାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଦୀପିକାଙ୍କ ଡେବ୍ୟୁ ଫିଲ୍ମ ସୁପର ଡୁପର ହିଟ୍ ହୋଇଥିବା ବେଳେ ଫରହା ଖାଁ ଦୀପିକାଙ୍କୁ ଏମିତି ଲଞ୍ଚ କରିଥିଲେ ଯେ ସେ ବଲିଉଡର ଶାନ ଓ ଜାନ ପାଲଟି ଯାଇଛନ୍ତି । ଯାହାର ପ୍ରମାଣ ଏବେ ସୋସିଆଲ ମିଡିଆରେ ଦେଖିବାକୁ ମିଳୁଛି । ଅଭିନେତ୍ରୀଙ୍କ ପ୍ରଶଂସକ ଏବେ ଟୁଇଟରରେ #14 Years Of Deepika Padukone  ରେ ଟୁଇଟ୍ କରୁଛନ୍ତି । ଏହାସହ #DeepikaPadukone   ଟ୍ରେଣ୍ଡ ବି କରୁଛି । ତାଙ୍କର ଜଣେ ପ୍ରଶଂସକ ଲେଖିଛନ୍ତି ୧୪ ବର୍ଷରେ ୨୩ ବଲିଉଡ ଫିଲ୍ମ, ୨୫ ମନଲୋଭ କ୍ୟାରେକ୍ଟର, ୨୦୧୪ରୁ ଜଣେ ଅଭିନେତ୍ରୀ ହାଇଏଷ୍ଟ ପେଡ ଫିମେଲ, ମୋଷ୍ଟ ଭାଲ୍ୟୁଡ ଫିମେଲ ଆକ୍ଟ୍ରେସ୍‌, ବହୁତ ପୁରସ୍କାର ତଥା ଆଚିଭମେଣ୍ଟ, ୱାନ ଓମେନ: ଦୀପିକା ପାଦୁକୋନ । ଏମିତି ଭାବେ ସୋସିଆଲ ମିଡିଆରେ ଦୀପିକାଙ୍କ ପ୍ରଶଂସକମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଦୀର୍ଘ ୧୪ ବର୍ଷର ଲମ୍ବା ରାସ୍ତାରେ ଦୀପିକା ଦର୍ଶକଙ୍କ ମନୋରଞ୍ଜନ କରିବା ସହ ନିଜେ ବି ଖୁବ୍ ସଫଳତା ଅର୍ଜନ କରିଛନ୍ତି । ଏବେ ସେ ବଲିଉଡର ଜଣେ ଆଗଧାଡିର ନାୟିକା ହୋଇଥିବା ବେଳେ ହଲଉଡରେ ବି ପାଦ ରଖି ସାରିଲେଣି ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଶନିଙ୍କ ବକ୍ରୀ ଚଳନ: ୩ ରାଶି ପାଇଁ ଅକ୍ଟୋବରରେ କଠିନ ସମୟ! ପାଖରୁ ପଳାଇବ ଟଙ୍କା, ଘରକୁ ଆସିବ ଖରାପ ଖବର!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷରେ ଶନିଙ୍କୁ କର୍ମଫଳଦାତା ଓ ନ୍ୟାୟର ଦେବତା ଭାବେ ବିବେଚନା କରାଯାଏ। ଶନିଙ୍କ ଚଳନରେ ପରିବର୍ତ୍ତନ ହେଲେ ଏହା ସମସ୍ତ ରାଶି ଉପରେ ପ୍ରଭାବ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?