ଦୀପିକାଙ୍କ ଟାଟୁ ନେଇ ପଚରା ଯାଇଥିଲା ଏପରି ପ୍ରଶ୍ନ, ରାଗିଯାଇ ରଣବୀର କହିଲେ…

ଏକଦା ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଏବଂ ଅଭିନେତା ରଣବୀର କପୁରଙ୍କ ଯୋଡିକୁ ନେଇ ଚର୍ଚ୍ଚା ଜୋର ଧରିଥିଲା। ଫିଲ୍ମ ‘ବଚ୍ଚନା ଏ ହାସିନୋ’ର ଶୁଟିଂ ପରେ ଦୁହେଁ ନିକଟତର ହୋଇଥିଲେ। ପରେ ଏହି ବନ୍ଧୁତା ପ୍ରେମ ସମ୍ପର୍କକୁ ବଦଳି ଯାଇଥିଲା। ଏହି ସମୟରେ ଦୀପିକା ରଣବୀରଙ୍କ ନାମରେ ଏକ ଟାଟୁ କରିଥିଲେ । ଯେଉଁଥିରେ ଲେଖାଯାଇଥିଲା ଆର.କେ। ଏହାକୁ ନେଇ ମଧ୍ୟ ଖୁବ୍‌ ଚର୍ଚ୍ଚା ହୋଇଥିଲା।
୨୦୧୩ ‘ୟେ ଜୱାନୀ ହୈ ଦିୱାନୀ’ ଫିଲ୍ମର ପ୍ରମୋଶନ ପାଇଁ ଉଭୟ ଏକ ଖବରଦାତା ସମ୍ମିଳନୀରେ ନଜର ଆସିଥିଲେ। ଏଥିରେ ଉଭୟଙ୍କ ଯୋଡିକୁ ନେଇ ପ୍ରଶ୍ନ କରାଯାଇଥିଲା। ଜଣେ ଖବରଦାତା ଏପରି କିଛି ପଚାରିଥିଲେ ଯାହା ଶୁଣିବା ପରେ ରଣବୀର ଖୁବ୍‌ ରାଗି ଯାଇଥିଲେ। ପ୍ରଶ୍ନ ଥିଲା, ଫିଲ୍ମ ପ୍ରମୋଶନ ପାଇଁ ବର୍ତ୍ତମାନ ଲୋକ କିଛି ନା କିଛି କରୁଛନ୍ତି । କ’ଣ ଦୀପିକା ପୁଣି ଥରେ ପ୍ରମୋଶନ ପାଇଁ ଟାଟୁ କରିବେ କି ? ପୂର୍ବରେ ଯେମିତି ଟାଟୁ କରିଥିଲେ। ଦୀପିକା ଏହି ପ୍ରଶ୍ନର ଉତ୍ତର ଦେବା ପୂର୍ବରୁ ରଣବୀର କହିଥିଲେ କି, ‘ଏହା ଏକ ଆଶ୍ଚର୍ଯ୍ୟଜନକ ସହ ଲଜ୍ଜାଜନକ ପ୍ରଶ୍ନ। ଦୀପିକା କୌଣସି ଫିଲ୍ମର ପ୍ରମୋଶନ ପାଇଁ ଟାଟୁ କରିନାହାଁନ୍ତି, ଆମର କିଛି ବ୍ୟକ୍ତିଗତ ଜୀବନ ମଧ୍ୟ ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri