ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ବ୍ଲିଙ୍କିଟ୍‌ ର ସିଇଓ ଅଲବିନ୍ଦର ସିଂ ଧିଣ୍ଡସାଙ୍କୁ ନୂଆ ଦାୟିତ୍ୱ ମିଳିଛି।

ଦୀପିନ୍ଦର CEO ଏବଂ MD ପଦରୁ ଇସ୍ତଫା ଦେଇଥିଲେ ମଧ୍ୟ ବର୍ତ୍ତମାନ କମ୍ପାନୀର ଭାଇସ୍ ଚେୟାରମ୍ୟାନ୍ ଭାବେ କାର୍ଯ୍ୟ କରିବେ ଏବଂ ବୋର୍ଡ ଅଫ୍ ଡାଇରେକ୍ଟରରେ ସଦସ୍ୟ ରହିବେ। ବ୍ଲିଙ୍କିଟ୍‌ର ସିଇଓ ଅଲବିନ୍ଦର ସିଂ ଧିଣ୍ଡସା ଫେବୃଆରୀ ୧, ୨୦୨୬ ରୁ ଇଟର୍ଣ୍ଣାଲର ନୂଆ ସିଇଓ ଭାବେ କାର୍ଯ୍ୟଭାର ଗ୍ରହଣ କରିବେ।

ନିକଟରେ ଜୋମାଟୋ ଏବଂ ବ୍ଲିଙ୍କିଟ୍‌ର ମାଲିକାନା ସଂସ୍ଥା ‘ଇଟର୍ଣ୍ଣାଲ’ ଡିସେମ୍ବର ୩୧ରେ ଶେଷ ହୋଇଥିବା ତୃତୀୟ ତ୍ରୈମାସିକ ପାଇଁ ନିଜର ଆର୍ଥିକ ରିପୋର୍ଟ ପ୍ରକାଶ କରିଛି। କମ୍ପାନୀର ମୋଟ ଲାଭ ପ୍ରାୟ ୧୦୨ କୋଟି ଟଙ୍କାରେ ପହଞ୍ଚିଛି। ଯାହା ଗତ ତ୍ରୈମାସିକର ୬୫୦ ମିଲିୟନ ଟଙ୍କା ତୁଳନାରେ ପ୍ରାୟ ଦୁଇଗୁଣ ହୋଇଛି। କମ୍ପାନୀର ପରିଚାଳନା ରାଜସ୍ୱ ୧୬୩.୧୫ ବିଲିୟନ ଟଙ୍କାରେ ପହଞ୍ଚିଛି।

କୁଇକ୍ କମର୍ସ ବା ବ୍ଲିଙ୍କିଟ୍‌ ମାଧ୍ୟମରେ ଦ୍ରୁତ ବିତରଣ ସେବାର ଚାହିଦା ବଢ଼ିବା ଯୋଗୁଁ କମ୍ପାନୀର ଆୟ ଏବଂ ଲାଭରେ ଏହି ବଡ଼ ଉନ୍ନତି ପରିଲକ୍ଷିତ ହୋଇଛି। ଗୁରୁଗ୍ରାମ ଭିତ୍ତିକ ଏହି କମ୍ପାନୀ ଅନୁଯାୟୀ, ବ୍ଲିଙ୍କିଟ୍‌ର ଅଭିବୃଦ୍ଧି ସହିତ ମୂଳ ଫୁଡ୍ ଡେଲିଭରି ବ୍ୟବସାୟ ମଧ୍ୟ ଶକ୍ତିଶାଳୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri