ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ବ୍ଲିଙ୍କିଟ୍‌ ର ସିଇଓ ଅଲବିନ୍ଦର ସିଂ ଧିଣ୍ଡସାଙ୍କୁ ନୂଆ ଦାୟିତ୍ୱ ମିଳିଛି।

ଦୀପିନ୍ଦର CEO ଏବଂ MD ପଦରୁ ଇସ୍ତଫା ଦେଇଥିଲେ ମଧ୍ୟ ବର୍ତ୍ତମାନ କମ୍ପାନୀର ଭାଇସ୍ ଚେୟାରମ୍ୟାନ୍ ଭାବେ କାର୍ଯ୍ୟ କରିବେ ଏବଂ ବୋର୍ଡ ଅଫ୍ ଡାଇରେକ୍ଟରରେ ସଦସ୍ୟ ରହିବେ। ବ୍ଲିଙ୍କିଟ୍‌ର ସିଇଓ ଅଲବିନ୍ଦର ସିଂ ଧିଣ୍ଡସା ଫେବୃଆରୀ ୧, ୨୦୨୬ ରୁ ଇଟର୍ଣ୍ଣାଲର ନୂଆ ସିଇଓ ଭାବେ କାର୍ଯ୍ୟଭାର ଗ୍ରହଣ କରିବେ।

ନିକଟରେ ଜୋମାଟୋ ଏବଂ ବ୍ଲିଙ୍କିଟ୍‌ର ମାଲିକାନା ସଂସ୍ଥା ‘ଇଟର୍ଣ୍ଣାଲ’ ଡିସେମ୍ବର ୩୧ରେ ଶେଷ ହୋଇଥିବା ତୃତୀୟ ତ୍ରୈମାସିକ ପାଇଁ ନିଜର ଆର୍ଥିକ ରିପୋର୍ଟ ପ୍ରକାଶ କରିଛି। କମ୍ପାନୀର ମୋଟ ଲାଭ ପ୍ରାୟ ୧୦୨ କୋଟି ଟଙ୍କାରେ ପହଞ୍ଚିଛି। ଯାହା ଗତ ତ୍ରୈମାସିକର ୬୫୦ ମିଲିୟନ ଟଙ୍କା ତୁଳନାରେ ପ୍ରାୟ ଦୁଇଗୁଣ ହୋଇଛି। କମ୍ପାନୀର ପରିଚାଳନା ରାଜସ୍ୱ ୧୬୩.୧୫ ବିଲିୟନ ଟଙ୍କାରେ ପହଞ୍ଚିଛି।

କୁଇକ୍ କମର୍ସ ବା ବ୍ଲିଙ୍କିଟ୍‌ ମାଧ୍ୟମରେ ଦ୍ରୁତ ବିତରଣ ସେବାର ଚାହିଦା ବଢ଼ିବା ଯୋଗୁଁ କମ୍ପାନୀର ଆୟ ଏବଂ ଲାଭରେ ଏହି ବଡ଼ ଉନ୍ନତି ପରିଲକ୍ଷିତ ହୋଇଛି। ଗୁରୁଗ୍ରାମ ଭିତ୍ତିକ ଏହି କମ୍ପାନୀ ଅନୁଯାୟୀ, ବ୍ଲିଙ୍କିଟ୍‌ର ଅଭିବୃଦ୍ଧି ସହିତ ମୂଳ ଫୁଡ୍ ଡେଲିଭରି ବ୍ୟବସାୟ ମଧ୍ୟ ଶକ୍ତିଶାଳୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri