Posted inଖେଳ

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧ ବର୍ଷୀୟା ପୂର୍ବତନ ଶୀର୍ଷ ର଼୍ୟାଙ୍କିଙ୍ଗକ ପ୍ରାପ୍ତ ବ୍ୟାଟର ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି୨୦ରେ ୩୪ ବଲ୍‌ରେ ଅପରାଜିତ ୬୯ ରନ କରିଥିଲେ। ସେ ପରେ ତୃତୀୟ ଓ ଚତୁର୍ଥ ମ୍ୟାଚରେ ଯଥାକ୍ରମେ ୪୨ ବଲ୍‌ରୁ ୭୯ ଓ ୪୬ ବଲ୍‌ରୁ ୭୯ ରନ କରିବା ଦ୍ୱାରା ତାଙ୍କର ୪ ସ୍ଥାନ ପଦୋନ୍ନତି ଘଟିଛି। ଚତୁର୍ଥ ଅନ୍ତର୍ଜାତୀୟ ଟି୨୦ରେ ଆକର୍ଷଣୀୟ ୮୮ ରନ ଯୋଗୁ ଉପ-ଅଧିନାୟିକା ସ୍ମୃତି ମନ୍ଧାନା ତୃତୀୟ ସ୍ଥାନ ବଜାୟ ରଖିଥିବା ବେଳେ ଜେମିମା ରୋଡ୍ରିଗ୍ସ ଗୋଟିଏ ସ୍ଥାନ ତଳଖୁ ଖସି ୧୦ମ ସ୍ଥାନକୁ ଚାଲି ଆସିଛନ୍ତି।

ପୁରୁଖା ଭାରତୀୟ ଅଲରାଉଣ୍ଡର ଦୀପ୍ତି ଶର୍ମା ବୋଲର ତାଲିକାରେ ନମ୍ବର-୧ ସ୍ଥାନ ବଜାୟ ରଖିଥିବା ବେଳେ ରେଣୁକା ସିଂ ଠାକୁର ଟପ୍‌ ୧୦ରେ ଯୋଗ ଦେଇଛନ୍ତି। ବୋଲିଂ ର଼୍ୟାଙ୍କିଙ୍ଗରେ ଏକଦା କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ ୩ୟ ସ୍ଥାନରେ ପହଞ୍ଚି ପାରିଥିବା ଠାକୁର ୮ ସ୍ଥାନ ଉପରକୁ ଉଠି ମିଳିତ ୬ଷ୍ଠ ସ୍ଥାନ ଅଧିକାର କରିଛନ୍ତି।

ତୃତୀୟ ମ୍ୟାଚରେ ମ୍ୟାଚ୍‌ ବିଜୟୀ ବୋଲିଂ କରି ସେ ୨୧ ରନ ବିନିମୟରେ ୪ ଉଇକେଟ ଅକ୍ତିଆର କରିଥିଲେ, ଫଳରେ ଭାରତ ୮ ଉଇକେଟରେ ବିଜୟ ଲାଭ କରିବା ସହ ସିରିଜ ଜିତି ନେଇଥିଲା।

ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ଦୁଇ ବାମହାତି ସ୍ପିନର ଶ୍ରୀ ଚାରାନି ଓ ବୈଷ୍ଣବ ଶର୍ମାଙ୍କର ମଧ୍ୟ ଅଗ୍ରଗତି ଘଟିଛି। ବୋଲିଂ ର଼୍ୟାଙ୍କିଙ୍ଗରେ ଚାରାନି ୧୭ ସ୍ଥାନ ଉପରକୁ ଉଠି ୫୨ତମ ସ୍ଥାନରେ ପହଞ୍ଚତ୍ଥିବା ବେଳେ ବୈଷ୍ଣବୀ ଶର୍ମା ତାଙ୍କ ପ୍ରଥମ ଅନ୍ତର୍ଜାତୀୟ ସିରିଜରେ ୩୯୦ ସ୍ଥାନ ଉପରକୁ ଉଠି ୧୨୪ତମ ସ୍ଥାନରେ ପହଞ୍ଚିଛନ୍ତି।

ଜୁନ୍‌ ୧୨ରୁ ଜୁଲାଇ ୫ ପର୍ଯ୍ୟନ୍ତ ଇଂଲଣ୍ଡ ଓ ଓ୍ବେଲ୍ସରେ ହେବାକୁଥିବା ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ୨୦୨୬ ପାଇଁ ଦଳରେ ସ୍ଥାନ ପାଇବା ଲାଗି ସେ ସମ୍ଭାବନା ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ପ୍ରଥମେ ନିଜ ନେମ୍‌ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ

ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ…

ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?