ଲୋକଙ୍କଠାରୁ ମୋବାଇଲ-ଟଙ୍କା ଲୁଟ୍‌ କରୁଥିଲେ ଦୀପୁ: ମାଡ଼ିବସିଲା ପୋଲିସ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ଅଞ୍ଚଳରେ ଲୁଟପାଟ ଓ ଚୋରି ଘଟଣାରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବାରମ୍ବାର ମୋବାଇଲ ଓ ଟଙ୍କା ଲୁଟ ଅଭିଯୋଗରେ କେସିଙ୍ଗା ପୋଲିସ ଦୀପୁ ନାୟକ ନାମକ ଜଣେ ଯୁବକଙ୍କୁ ଗତକାଲି ଗିରଫ କରି କୋର୍ଟଚାଲାଣ କରିଛି। ପୋଲିସ ସୂତ୍ରରୁ ପ୍ରକାଶ ଯେ, ହାତୀଖୋଜ ଗ୍ରାମର ଗୀତାଞ୍ଜଳି ସାହୁ କୌଣସି କାମରେ କେସିଙ୍ଗା ସହରକୁ ଆସିଥିବା ବେଳେ ରେଳବାଇ ଅଣ୍ଡରବ୍ରିଜ ଦେଇ ଯାଉଥିବା ସମୟରେ ଅଭିଯୁକ୍ତ ଦୀପୁ ତାଙ୍କଠାରୁ ୧ ହଜାର ଟଙ୍କା ଏବଂ ଗୋଟିଏ ମୋବାଇଲ ଛଡ଼ାଇ ନେଇଥିଲେ। ସେହିପରି ଦୁର୍ଗାମଣ୍ଡପ ନିକଟରୁ ସସ୍ମିତା କୁମାର ନାମକ ଅନ୍ୟ ଜଣେ ମହିଳାଙ୍କ ମୋବାଇଲ ମଧ୍ୟ ସେ ଲୁଟ କରିଥିବା ଅଭିଯୋଗ ହୋଇଥିଲା। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ଚଢ଼ାଉ କରି ଅଭିଯୁକ୍ତ ଦୀପୁଙ୍କୁ କାବୁ କରିବା ସହ ଲୁଟ ସାମଗ୍ରୀ ସହିତ ୮ ଟି ମୋବାଇଲ ଜବତ କରି କୋର୍ଟଚାଲାଣ କରିଛି।

ତେବେ ସହରରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଗମ୍ଭୀର ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରାତିଅଧରେ ରେଳଷ୍ଟେଶନ ଯାଉଥିବା ଯାତ୍ରୀମାନେ ଥାନା ପାଖ ରାସ୍ତାରେ ମଧ୍ୟ ଲୁଟ୍‌ର ଶିକାର ହେଉଛନ୍ତି। ଏପରିକି ମଝିରେ ମଝିରେ ପୋଲିସ ପାଟ୍ରୋଲିଂ କରୁଥିଲେ ସୁଦ୍ଧା ଦୁର୍ବୃତ୍ତମାନେ ପୋଲିସ ଗାଡ଼ି ଉପରକୁ ଆକ୍ରମଣ କରିବାକୁ ମଧ୍ୟ ପଛାଉ ନାହାନ୍ତି। ଅଭିଯୁକ୍ତମାନେ ବାରମ୍ବାର ଗିରଫ ହୋଇ କୋର୍ଟରୁ ଜାମିନ୍‌ରେ ଆସିବା ପରେ ପୁଣି ସେହି ଅପରାଧ ଘଟାଉଥିବାରୁ ସାଧାରଣରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ଅପରାଧୀଙ୍କ ପ୍ରତି କୌଣସି କୋହଳ ମନୋଭାବ ନ ଦେଖାଇ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସହରବାସୀ ଦାବି କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?