ରାସ୍ତା ପାର ହେଉଥିଲେ ହରିଣ, ଦ୍ରୁତ ଗତିରେ ଆସି ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ଜାତୀୟ ରାଜପଥର ସୋରାଦେବୀ ମନ୍ଦିର ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଏକ ମାଈ ହରିଣ ଛୁଆ ଗୁରୁତର ଆହତ ହୋଇଛି। ଖବର ପାଇ ମୁଜାଗଡ ରେଞ୍ଜ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଆହତ ହରିଣକୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ପ୍ରାଣୀ ଚିକିତ୍ସାଳୟକୁ ଅଣାଯାଇଛି।

ସୂଚନା ଯୋଗ୍ୟ ଭଞ୍ଜନଗର ଦୁର୍ଗାପ୍ରସାଦ ଜାତୀୟ ରାଜପଥର ସୋରାଦେବୀ ମନ୍ଦିର ନିକଟରେ ୩ ଟି ହରିଣ ରାସ୍ତା ପାର ହେଉଥିଲେ। ଏହି ସମୟରେ ଉକ୍ତ ରାସ୍ତାରେ ଦ୍ରୁତ ଗତିରେ ଆସୁଥିବା ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଏହି ସମୟରେ ସମ୍ପୃକ୍ତ ରାସ୍ତାରେ ଯାତାୟାତ କରୁଥିବା ଲୋକେ ଘଟଣା ସମ୍ପର୍କରେ ବନ ବିଭାଗକୁ ସୂଚନା ଦେଇଥିଲେ।

ବନପାଳ ବବୁଲ ସେଠୀ, ବନରକ୍ଷୀ ବସନ୍ତ ସାହୁ ଓ ରାପିଡ ରେସ୍ପନ୍ସ ଟିମ୍‌ କର୍ମଚାରୀ ପ୍ରମୋଦ ବିଷୋୟୀ, ରଞ୍ଜନ ବିଷୋୟୀ, କେଦାର ମଲ୍ଲିକ, ଭିକାରୀ ବିଷୋୟୀ, ସରୋଜ ପାତ୍ର, ନାରାୟଣ ଚୌଧୁରୀ, ଅନୀଲ ଭୁୟାଁ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ହରିଣକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ପ୍ରାଣୀ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ଚିକିତ୍ସା ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

ସୀମା ବିବାଦ ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାର୍ଗ ଆପଣେଇବେ ଭାରତ-ଚାଇନା

ନୂଆଦିଲ୍ଲୀ, ୮।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମାକୁ ନେଇ ରହିଥିବା ବିବାଦର ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାଧ୍ୟମଗୁଡ଼ିକୁ ବ୍ୟବହାର ଜାରି ରଖିବାକୁ ଉଭୟ…

ଜନ୍ମଗତ ନାଗରିକତ୍ୱ ସୀମିତ କରିବାକୁ ନିର୍ଦ୍ଦେଶନାମାରେ ସ୍ବାକ୍ଷର କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୮ା୮: ଆମେରିକା ସୁପ୍ରିମକୋର୍ଟଙ୍କ ରାୟର କିଛି ସପ୍ତାହ ପରେ ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ୍‌ ବାର୍ଥ ଟ୍ୟୁରିଜମ୍‌ ବା ଜନ୍ମ ପର୍ଯ୍ୟଟନ ଉପରେ ରୋକ ଲଗାଇବା ଏବଂ ଜନ୍ମଗତ…

ଭାଜପା-ଏସ୍‌ଏଡି ମେଣ୍ଟ ଚର୍ଚ୍ଚା

ନୂଆଦିଲ୍ଲୀ,୮ା୮: ଶିରୋମଣି ଅକାଳୀ ଦଳ (ଏସ୍‌ଏଡି) ମୁଖ୍ୟ ସୁଖବୀର ସିଂ ବାଦଲ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିବାରୁ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ…

ଲଗାଣ ବର୍ଷାରେ କ୍ଷୟକ୍ଷତି ଆକଳନରେ ବିଳମ୍ବ

ଅମରପାଲି,୮ା୮(ପୀତାମ୍ବର ସାହୁ): ଜୁନରେ ଅନାବୃଷ୍ଟି ଏବଂ ଜୁଲାଇରେ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଞ୍ଚଳର ଚାଷୀଙ୍କ ପାଇଁ ଦ୍ୱିମୁଖୀ ବିପର୍ଯ୍ୟୟ ସୃଷ୍ଟି କରିଛି। ଧାନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri