Posted inଜାତୀୟ

ମାନହାନି ମାମଲା: ଗୁଜରାଟ ହାଇକୋର୍ଟ ଗଲେ ରାହୁଲ

ନୂଆଦିଲ୍ଲୀ,୨୬ା୪ : ‘ସବୁ ଚୋରଙ୍କ ସାଙ୍ଗିଆ ମୋଦି କାହିଁକି’ ମନ୍ତବ୍ୟ ପାଇଁ ମାନହାନି ମାମଲାରେ ଦୋଷୀସାବ୍ୟସ୍ତ ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଉକ୍ତ ରାୟ ଉପରେ ସ୍ଥଗିତାଦେଶ ପାଇଁ ମଙ୍ଗଳବାର ଗୁଜରାଟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ୨୦୧୯ ଲୋକ ସଭା ନିର୍ବାଚନ ସମୟରେ କର୍ନାଟକର କାରୋଲରେ ଏକ ସଭାକୁ ଉଦ୍‌ବୋଧନ ଦେବା ବେଳେ ରାହୁଲ ଉପରୋକ୍ତ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ସୁରଟର ମାଜିଷ୍ଟ୍ରେଟ କୋର୍ଟ ରାହୁଲଙ୍କୁ ଦୋଷୀସାବ୍ୟସ୍ତ କରିବା ସହ ୨ ବର୍ଷ ଜେଲ ଦଣ୍ଡାଦେଶ ଦେବାରୁ ତାଙ୍କର ଲୋକ ସଭା ସଦସ୍ୟତା ରଦ୍ଦ ହୋଇଯାଇଛି। ଉକ୍ତ ରାୟ ବିରୋଧରେ ସେ ସୁରଟ ସେସନ୍ସ କୋର୍ଟରେ ଆବେଦନ କରିଥିଲେ ହେଁ ସେଠାରେ ତାହା ଅଗ୍ରାହ୍ୟ ହୋଇଯାଇଥିଲା। ସେସନ୍ସ କୋର୍ଟଙ୍କ ଏପ୍ରିଲ ୨୦ ନିର୍ଦ୍ଦେଶନାମାକୁ ରାହୁଲ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି। ହାଇକୋର୍ଟର ଜଣିକିଆ ଖଣ୍ଡପୀଠ ଏହାର ଶୁଣାଣି କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri