Posted inଜାତୀୟ

ସ୍ବାମୀଙ୍କୁ ବଦନାମ କରିବା ମଦ୍ୟପ କହିବା କ୍ରୁରତା, ହାଇକୋର୍ଟଙ୍କ ରାୟ…

ମୁମ୍ବାଇ,୨୫।୧୦ : ବମ୍ବେ ହାଇକୋର୍ଟ ପରିବାର କୋର୍ଟର ଆଦେଶକୁ କାଏମ ରଖି ରାୟ ଦେଇଛନ୍ତି ଯେ ବିନା ପ୍ରମାଣରେ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ସମ୍ପର୍କ ରଖିଥିବା କହିବା ଏବଂ ମଦ୍ୟପ ବୋଲି କହିବା କ୍ରୁରତା ଶ୍ରେଣୀଭୁକ୍ତ। ଜଷ୍ଟିସ ନିତିନ ଜାମଦାର ଏବଂ ଜଷ୍ଟିସ ଶର୍ମିଲା ଦେଶମୁଖଙ୍କ ନେତୃତ୍ୱରେ ଗଠିତ ଏକ ଡିଭିଜନ ବେଞ୍ଚ ୫୦ ବର୍ଷ ବୟସ୍କା ମହିଳାଙ୍କ ଦ୍ୱାରା ଦିଆଯାଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତିି।

ଏହି ମାମଲାରେ ନଭେମ୍ବର ୨୦୦୫ ରେ ଅବସରପ୍ରାପ୍ତ ସେନା ଅଧିକାରୀଙ୍କ ଛାଡପତ୍ର ଆଦେଶ ପୁଣେର ଏକ ପରିବାର କୋର୍ଟ ଦ୍ୱାରା ଚ୍ୟାଲେଞ୍ଜ କରାଯାଇଥିଲା। ଏହା ଏକ ପାରିବାରିକ ନିଷ୍ଠୁରତା ବୋଲି ହାଇକୋର୍ଟ କହିଛନ୍ତି।

ହାଇକୋର୍ଟ ତାଙ୍କ ଆଦେଶରେ କହିଛନ୍ତି ଯେ ମହିଳା ଜଣକ ନିଜ ବିବୃତ୍ତି ବ୍ୟତୀତ ତାଙ୍କ ଅଭିଯୋଗକୁ ପ୍ରମାଣ କରିବା ପାଇଁ କୌଣସି ପ୍ରମାଣ ଦେଇ ନାହାନ୍ତି। ଇତିମଧ୍ୟରେ ତାଙ୍କ ସ୍ବାମୀଙ୍କ୍‌ ମୃତ୍ୟୁ ମଧ୍ୟ ଘଟିସାରିଛି। ମୃତ ସ୍ବାମୀଙ୍କ ଆଇନଜୀବୀ କୋର୍ଟଙ୍କୁ କହିଛନ୍ତି ଯେ ଆବେଦନକାରୀ ମହିଳା ମିଥ୍ୟା ଏବଂ ବଦନାମ କରିବା ଲାଗି ଏଭଳି ଅଭିଯୋଗ କରି ତାଙ୍କ ସ୍ବାମୀଙ୍କୁ ମାନସିକ ଯନ୍ତ୍ରଣା ଦେଇଛନ୍ତି। ବେଞ୍ଚ କହିଛନ୍ତି ଯେ ଆବେଦନକାରୀଙ୍କ ସ୍ବାମୀ ସେନାରୁ ଅବସର ନେଇଛନ୍ତି। ସେ ସମାଜର ସମ୍ମାନୀୟ ବ୍ୟକ୍ତିଥିଲେ। ସମାଜରେ ତାଙ୍କର ସୁନାମ ଥିଲା। ଏପରିସ୍ଥଳେ ମହିଳାଙ୍କ ଏଭଳି ଅଭିଯୋଗ କ୍ରୁରତା ଶ୍ରେଣିଭୁକ୍ତ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri