Posted inଜାତୀୟ

୨୦୨୪ ନିର୍ବାଚନ ପୂର୍ବରୁ ହ୍ରାସ ପାଉଛି କି କଂଗ୍ରେସର ମନୋବଳ? ଚିଦାମ୍ବରମଙ୍କ ବୟାନରୁ ସ୍ପଷ୍ଟ ହେଲା ‘ଡର’

ନୂଆଦିଲ୍ଲୀ,୧୭।୧୨: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବରୁ କଂଗ୍ରେସ ନେତାମାନଙ୍କର ଚିନ୍ତା ବଢ଼ୁଥିବା ନଜର ଆସୁଛି। ନିକଟରେ ୫ ରାଜ୍ୟରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନ ଫଳାଫଳରେ ଛତିଶଗଡ଼ ଏବଂ ରାଜସ୍ଥାନରେ ଭାଜପା ସରକାର ଗଢ଼ିଛି। ସେହିଭଳି ମଧ୍ୟପ୍ରଦେଶ ଏବଂ ମିଜୋରାମରେ ମଧ୍ୟ ଦଳ ଶୋଚନୀୟ ଭାବେ ପରାଜିତ ହୋଇଛି। କେବଳ ତେଲଙ୍ଗାନାରେ କଂଗ୍ରେସ ବହୁମତରେ ସରକାର ଗଢ଼ିବାରେ ସକ୍ଷମ ହୋଇଛି। ଏଭଳି ସ୍ଥିତିରେ ଦଳର ବରିଷ୍ଠ ନେତାଙ୍କ ମଧ୍ୟରେ ପରିଗଣିତ ହେଉଥିବା ପି. ଚିଦାମ୍ବରମଙ୍କ ଏଭଳି ବୟାନ ସାମ୍ନାକୁ ଆସୁଛି, ଯାହା ଦଳର ମନୋବଳ ହ୍ରାସ ପାଉଥିବା ଆଡ଼କୁ ଇଙ୍ଗିତ କରୁଛି।

ଚିଦାମ୍ବରମ୍‌ କହିଛନ୍ତି, ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ଅପ୍ରତ୍ୟାଶିତ ଏବଂ ଚିନ୍ତାର ବିଷୟ। ଭାଜପା କିନ୍ତୁ ପ୍ରତିଟି ନିର୍ବାଚନକୁ ଅନ୍ତିମ ନିର୍ବାଚନ ଭାବି ଲଢ଼ିଆସୁଛି। ବିରୋଧୀ ଦଳମାନେ ଏହା ଅନୁଭବ କରିବା ଉଚିତ। ଏବେ ଭାଜପା କର୍ମୀମାନଙ୍କ ମଧ୍ୟରେ ଉତ୍ସାହ ନିଶ୍ଚିତ ଭାବେ ବଢ଼ିବ। ଅପରପକ୍ଷେ କଂଗ୍ରେସ ନିଜର ଦୁର୍ବଳତା ଉପରେ ଧ୍ୟାନ ଦେବା ଉଚିତ। ୪ ବଡ଼ ରାଜ୍ୟରେ ୪୦% ମତଦାନ କଂଗ୍ରେସ ହାତେଇବାରେ ସଫଳ ହୋଇଥିଲା। ଏଣୁ ଆଗାମୀ ନିର୍ବାଚନ ପୂର୍ବରୁ ଦଳ ଏହାକୁ ୪୫% ଯାଏ ବଢ଼ାଇପାରିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।

ତେବେ ଚିଦାମ୍ବରମଙ୍କ ଏଭଳି ବୟାନ ପରେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। କଂଗ୍ରେସର ମନୋବଳ ସାମାନ୍ୟ ହ୍ରାସ ପାଉଥିବାରୁ ନିର୍ବାଚନରେ ଭାଜପା ଭଳି ପ୍ରଦର୍ଶନ କରିପାରୁ ନାହିଁ । ଏପରିକି କଂଗ୍ରେସକୁ ଭାଜପାଠାରୁ ବହୁତ କିଛି ଶିଖିବା ଏବଂ ଦଳ ମଧ୍ୟରେ ସୁଧାର କରିବାର ଆବଶ୍ୟକତା ରହିଛି ବୋଲି ସେ ମାନୁଥିବା ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri