Posted inଜାତୀୟ

ୟୁପିରେ ପରାଜୟ ନା ଅନ୍ୟ କିଛି? ହ୍ରାସ ପାଇଲା ଯୋଗୀଙ୍କ ଲୋକପ୍ରିୟତା, ଜାଣନ୍ତୁ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ କିଏ?

ନୂଆଦିଲ୍ଲୀ,୨୩।୮: ନିର୍ବାଚନ ହେବାକୁ ଥିବା ରାଜ୍ୟଗୁଡିକ ସହିତ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଏକ ସର୍ଭେ ମଧ୍ୟ ଜାରି କରାଯାଇଛି। ଏହି ସର୍ଭେରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ତାଲିକା ଉଲ୍ଲେଖ କରାଯାଇଥିବାବେଳେ ଗତ ଏକ ବର୍ଷ ମଧ୍ୟରେ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତାର ଉତ୍ଥାନ-ପତନକୁ ମଧ୍ୟ ଦର୍ଶାଯାଇଛି।

ସର୍ଭେ ଅନୁଯାୟୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଲୋକପ୍ରିୟତା ହ୍ରାସ ପାଇଛି। ୨୦୨୪ ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶରେ ଭାଜପାର ଖରାପ ପ୍ରଦର୍ଶନ ଯୋଗୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଲୋକପ୍ରିୟତା ହ୍ରାସ ପାଇଛି ବୋଲି କୁହାଯାଉଛି।

ଅଗଷ୍ଟ ୨୦୨୩ରେ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କାର୍ଯ୍ୟରେ ୪୭ଶତକଡା ଲୋକ ସନ୍ତୁଷ୍ଟ ହୋଇଥିବାବେଳେ ଅଗଷ୍ଟ ୨୦୨୪ରେ ଏହା ୩୯ ଶତକଡାକୁ ଖସି ଆସିଛି।

ଅଗଷ୍ଟ ୨୦୨୩ରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମାଙ୍କ ଲୋକପ୍ରିୟତା ୪୯ଶତକଡା ଥିବାବେଳେ ବର୍ତ୍ତମାନ ଏହା ୫୧ ଶତକଡାକୁ ବୃଦ୍ଧି ପାଇଛି, ଅର୍ଥାତ ତାଙ୍କ କାର୍ଯ୍ୟରେ ଅଧିକ ଲୋକ ସନ୍ତୁଷ୍ଟ ଅଛନ୍ତି।

ଅଗଷ୍ଟ ୨୦୨୩ରେ, ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ କାର୍ଯ୍ୟରେ ୫୫ଶତକଡା ଲୋକ ଖୁସି ହୋଇଥିଲେ, ମାତ୍ର ଗୋଟିଏ ବର୍ଷ ପରେ କେବଳ୪୬ଶତକଡା ଲୋକ ତାଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହୋଇଥିଲେ।

ଯଦି ଆମେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିଷୟରେ କହିବା, ତେବେ ତାଙ୍କର ଲୋକପ୍ରିୟତା ଯଥେଷ୍ଟ ହ୍ରାସ ପାଇଛି। ଯେତେବେଳେ କି ଗୋଟିଏ ବର୍ଷ ପୂର୍ବେ ୫୮ଶତକଡା ଲୋକ ତାଙ୍କ କାର୍ଯ୍ୟରେ ଖୁସି ଥିଲେ, ବର୍ତ୍ତମାନ କେବଳ ୪୪ଶତକଡା ଲୋକ ତାଙ୍କ କାର୍ଯ୍ୟରେ ଖୁସି ଅଛନ୍ତି ।

ବଷେର୍ର୍ ପୂର୍ବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ କାର୍ଯ୍ୟରେ ୪୮ ଶତକଡା ଲୋକ ଖୁସି ହୋଇଥିଲେ, କିନ୍ତୁ ବର୍ତ୍ତମାନ ୪୦ ଶତକଡା ଲୋକ ତାଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ଅଛନ୍ତି।

ଏହି ସର୍ଭେରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଲୋକପ୍ରିୟତା ବୃଦ୍ଧି ପାଇଛି। ଅଗଷ୍ଟ ୨୦୨୩ରେ, ମମତା ବାନାର୍ଜୀଙ୍କ କାର୍ଯ୍ୟରେ ୩୨ଶତକଡା ଲୋକ ସନ୍ତୁଷ୍ଟ ହୋଇଥିଲେ କିନ୍ତୁ ବର୍ତ୍ତମାନ ଏହି ସଂଖ୍ୟା ୪୬ଶତକଡାକୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?