ଅହଂକାରର ପରାଜୟ: କଂଗ୍ରେସ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ୩ କୃଷି ଆଇନକୁ ପ୍ରତ୍ୟାହାର କରାଯିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଘୋଷଣା କରିଛନ୍ତି। ସେହି ଆଇନକୁ ସଂସଦର ଆସନ୍ତା ଶୀତକାଳୀନ ଅଧିବେଶନରେ ରଦ୍ଦ କରାଯିବ। ଏହା କୃଷକ ଓ ଗଣତନ୍ତ୍ରର ବିଜୟ ଏବଂ କେନ୍ଦ୍ର ସରକାରଙ୍କ ଅହଂକାରର ପରାଜୟ ବୋଲି କଂଗ୍ରେସ କହିଛି। ଦଳର ପ୍ରଦେଶ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଓଡ଼ିଶା ପ୍ରଭାରୀ ଏ.ଚେଲ୍ଲାକୁମାର କହିଛନ୍ତି, ଦେଶରେ ନରେନ୍ଦ୍ର ମୋଦି ସରକାର ଯେଉଁ କଳା କୃଷି ଆଇନ ପ୍ରଣୟନ କରିଥିଲେ, ତାହାକୁ ରଦ୍ଦ କରିବାକୁ ଆଜି ସେ ନିଜେ ଘୋଷଣା କରିଛନ୍ତି। ଏଥିରୁ ସ୍ପଷ୍ଟ ପ୍ରମାଣିତ କୋଟି କୋଟି କୃଷକ ଯେଉଁ ଆନ୍ଦୋଳନ ଜାରି ରଖିଥିଲେ ତାହା ନ୍ୟାୟ ସଙ୍ଗତ ଥିଲା। ନିକଟରେ ଦେଶରେ ହୋଇଥିବା ଉପ ନିର୍ବାଚନରେ କଂଗ୍ରେସର ସଫଳତା କୃଷି ଆଇନ ପ୍ରତ୍ୟାହାର ପାଇଁ କେନ୍ଦ୍ରକୁ ବାଧ୍ୟ କରିଛି। ଆନ୍ଦୋଳନ ସମୟରେ କୃଷକମାନଙ୍କୁ ଆତଙ୍କବାଦୀ ବୋଲି ଚିତ୍ରଣ କରାଯାଇଥିଲା। ୭୦୦ରୁ ଅଧିକ କୃଷକ ପ୍ରାଣ ହରାଇଛନ୍ତି। ତେବେ ପାର୍ଲାମେଣ୍ଟରେ ଏହି ୩ କୃଷି ଆଇନ ପ୍ରତ୍ୟାହାର ହେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରଖିବ ବୋଲି ଚେଲ୍ଲାକୁମାର କହିଛନ୍ତି। ଖବରଦାତା ସମ୍ମିଳନୀରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା, ଏଆଇସିସି ସମ୍ପାଦକ ଜି. ରୁଦ୍ର ରାଜୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri