Posted inଫୁରସତ

କର୍କଟକୁ ହରାଇବା

କର୍କଟଠାରୁ ନ ହାରି ଏହାକୁ ହରାଇବା ନେଇ ଲୋକଙ୍କ ମଧ୍ୟରେ ବିଶେଷ ଚିନ୍ତାଧାରା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ନଭେମ୍ବର ୭ରେ ସର୍ବଭାରତୀୟ ସ୍ତରରେ ଜାତୀୟ କର୍କଟ ସଚେତନତା ଦିବସ ପାଳନ କରାଯାଇଥାଏ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ପରିସଂଖ୍ୟାନ ଅନୁଯାୟୀ, କର୍କଟ ସମ୍ବନ୍ଧୀୟ ମୃତ୍ୟୁହାର ସ୍ବଳ୍ପ ଏବଂ ମଧ୍ୟମ ଆୟକାରୀ ଦେଶରେ ୭୦ ପ୍ରତିଶତ ରହିଛି। ଧୂମପାନ, ମଦ୍ୟପାନ, ଅଳ୍ପ ଫଳ ଏବଂ ପନିପରିବା ଖାଇବା ଏବଂ ଯଥେଷ୍ଟ ବ୍ୟାୟାମ ନ କରିବା ଭଳି କାରଣ ଯୋଗୁ ପ୍ରାୟ ଏକ ତୃତୀୟାଂଶ ମୃତ୍ୟୁ କର୍କଟ କାରଣରୁ ହୋଇଥାଏ। କର୍କଟ ଯୋଗୁ ଗୁରୁତର ଆର୍ଥିକ ସ୍ଥିତି ସୃଷ୍ଟି ହୋଇଥାଏ।
ସମଗ୍ର ବିଶ୍ୱରେ କର୍କଟ ମୃତ୍ୟୁରେ ସ୍ତନ କର୍କଟର ପ୍ରାୟ ୨.୨୬ ନିୟୁତ ମାମଲା ଥିବାବେଳେ ଫୁସ୍‌ଫୁସ୍‌ କର୍କଟ ମୃତ୍ୟୁ ସଂଖ୍ୟା ୨.୨୧ ନିୟୁତ ରହିଛି। କୋଲନ ଏବଂ ରେକ୍ଟମ କର୍କଟ ମାମଲା ୧.୯୩ ନିୟୁତ ଥିବାବେଳେ ପ୍ରୋଷ୍ଟେଟ କର୍କଟ ମାମଲା ୧.୪୧ ନିୟୁତ ରହିଛି।
ସ୍ବାସ୍ଥ୍ୟ ସଙ୍ଗଠନ ଅନୁଯାୟୀ, ବିଶ୍ୱରେ କର୍କଟ ହେଉଛି ମୃତ୍ୟୁର ଦ୍ୱିତୀୟ ପ୍ରମୁଖ କାରଣ। ୨୦୪୦ ସୁଦ୍ଧା ଭାରତରେ ନୂତନ ମାମଲା ସଂଖ୍ୟା ଦ୍ୱିଗୁଣିତ ହେବ ବୋଲି ଆକଳନ କରାଯାଇଛି। ୪୨ଟି କର୍କଟ ପ୍ରତିରୋଧୀ ଔଷଧ ପାଇଁ ନ୍ୟାଶନାଲ ଫାର୍ମାସ୍ୟୁଟିକାଲ ପ୍ରାଇସିଂ ଅଥରିଟି (ଏନ୍‌ପିପିଏ) ଦ୍ୱାରା ଏକ ପାଇଲଟ ପ୍ରକଳ୍ପ ଆରମ୍ଭ କରାଯାଇଥିଲା। ପୀଡ଼ିତମାନଙ୍କ ପାଇଁ ସ୍ବାସ୍ଥ୍ୟସେବାକୁ ଅଧିକ ସୁଲଭ କରିବା ଦିଗରେ ଏହା ଏକ ପଦକ୍ଷେପ ।
ଆର୍ଥିକ ବୋଝ, ପରିବାର ପାଇଁ ଦୁଃଖ ଏବଂ ଦାରିଦ୍ର୍ୟ ଆଣିଥାଏ। ଏପରିସ୍ଥଳେ ପ୍ରାରମ୍ଭିକ ଚିହ୍ନଟ ପାଇଁ ଗୁରୁତ୍ୱାରୋପ କରିବା ଦ୍ୱାରା କର୍କଟରୁ ମୁକ୍ତି ମିଳିପାରିଥାଏ। ୨୦୧୪ ନଭେମ୍ବର ୭ରେ ଏହି ଦିବସ ପ୍ରଥମଥର ପାଇଁ ପାଳନ କରାଯାଇଥିଲା ଏବଂ କର୍କଟ ରୋଗର ଶୀଘ୍ର ଚିହ୍ନଟ ଏବଂ ଉପଶମ ଉପରେ ଧ୍ୟାନ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?