୨୦୨୨ରେ କରୋନାକୁ ହରାଇବା, ଡବ୍ଲ୍ୟୁଏଚ୍‌ଓ ମୁଖ୍ୟଙ୍କ ଆହ୍ବାନ…

ନୂଆଦିଲ୍ଲୀ, ୨୨।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଏହା ନୂଆ ନୂଆ ଦେଶକୁ ସଂକ୍ରମିତ ହେବାରେ ଲାଗିଛି। ଏପରିସ୍ଥଳେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ମହାନିର୍ଦ୍ଦେଶକ ଟେଡ୍ରୋସ ଆଧାନୋମ ଘେବ୍ରେୟେସସ କହିଛନ୍ତି ଯେ ଓମିକ୍ରନ ଶୀଘ୍ର ବ୍ୟାପୁଛି। ଟିକା ନେଇ ସାରିଥିବା ଏବଂ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଥିବା ଲୋକଙ୍କଠାରେ ଏହାର ସଂକ୍ରମଣ ଶୀଘ୍ର ଏବଂ ସହଜରେ ହେଉଛି।

ଘେବ୍ରେୟେସସଙ୍କ କହିବାନୁସାରେ, ୨୦୨୧ରେ କରୋନା ମହାମାରୀ ଭାଇରସ ଯୋଗୁଁ ୩୩ ଲକ୍ଷରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଯାହାକି ଗତ ବର୍ଷ ଏଚ.ଆଇ.ଭି, ମ୍ୟାଲେରିଆ ଏବଂ ଯକ୍ଷ୍ମା ଯୋଗୁ ମୃତ୍ୟୁ ଘଟିଥିବା ଲୋକଙ୍କ ସଂଖ୍ୟା ସହିତ ସମାନ।

ପ୍ରାୟ ଦୁଇ ବର୍ଷ ଧରି ଲୋକମାନେ ମହାମାରୀ ଯୋଗୁ ସଙ୍କଟର ସମ୍ମୁଖୀନ ହୋଇଛନ୍ତି। କରୋନା ମହାମାରୀକୁ ସମାପ୍ତ କରିବା ଦିଗରେ ବିଶ୍ୱର ସମସ୍ତ ସରକାର କାର୍ଯ୍ୟ କରିବା ଉଚିତ ବୋଲି ସେ ଆହ୍ବାନ ଦେଇଛନ୍ତି। ୨୦୨୨ ରେ ମହାମାରୀ ଶେଷ ହେବ କି?

ପ୍ରଶ୍ନର ଉତ୍ତରରେ ଘେବ୍ରେୟେସସ କହିଛନ୍ତି ୨୦୨୨ ବର୍ଷରେ ମିଳିତ ଭାବେ ଲଢ଼େଇ କଲେ ଆମେ ମହାମାରୀକୁ ସମାପ୍ତ କରି ପାରିବା। ଆସନ୍ତା ବର୍ଷ ମହାମାରୀକୁ ଶେଷ କରିବାକୁ ହେଲେ ଆମକୁ ଅସମାନତାକୁ ସମାପ୍ତ କରିବାକୁ ପଡିବ।

ଏହା ନିଶ୍ଚିତ ହେବା ଆବଶ୍ୟକ ଯେ ଜୁନ ୨୦୨୨ ସୁଦ୍ଧା ପ୍ରତ୍ୟେକ ଦେଶର ଜନସଂଖ୍ୟାର ୭୦ ପ୍ରତିଶତ ଲୋକଙ୍କୁ ଟିକା ପ୍ରଦାନ କରାଯିବ। ବର୍ତ୍ତମାନ ସୁଦ୍ଧା, ପ୍ରତି ସପ୍ତାହରେ ପ୍ରାୟ ୫୦ ହଜାର ଲୋକଙ୍କ ମୃତ୍ୟୁ ଘଟୁଛି। ବହୁ ଲୋକଙ୍କ ମୃତ୍ୟୁ ଖବର ନାହିଁ। ସେମାନଙ୍କରକୌଣସି ତଥ୍ୟ ହସ୍ତଗତ ହେଉନି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri