Posted inଜାତୀୟ

ଚପର ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବିପିନ ରାଓ୍ବତ

ନୂଆଦିଲ୍ଲୀ,୮।୧୨: ତାମିଲନାଡୁର କୁନୁରଠାରେ ବୁଧବାର ଘଟିଥିବା ଚପର ଦୁର୍ଘଟଣାରେ ପ୍ରାଣ ହରାଇଥିବା ୧୩ ଜଣଙ୍କ ମଧ୍ୟରେ ରହିଛନ୍ତି ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ ଜେନେରାଲ ବିପିନ ରାଓ୍ବତ। ଦୁର୍ଘଟଣା ବେଳେ ଚପରରେ ଉପସ୍ଥିତ ଥିବା ତାଙ୍କ ପତ୍ନୀ ମଧୁଲିକା ରାଓ୍ବତଙ୍କ ମଧ୍ୟ ମୃତ୍ୟୁ ଘଟିଛି। ଜଣେ ଗୁରୁତରଙ୍କ ଚିକିତ୍ସା ଚାଲିଛି ବୋଲି ସନ୍ଧ୍ୟାରେ ସୂଚନା ଦେଇଛି ଭାରତୀୟ ବାୟୁ ସେନା (ଆଇଏଏଫ୍‌)।

“ଗଭୀର ଦୁଃଖ ସହ ଘୋଷଣା କରିବାକୁ ପଡ଼ୁଛି ଯେ, ଦୁର୍ଭାଗ୍ୟଜନକ ଦୁର୍ଘଟଣାରେ ଜେନେରାଲ ବିପିନ ରାଓ୍ବତ ଓ ତାଙ୍କ ପତ୍ନୀଙ୍କ ସହ ଅନ୍ୟ ୧୧ ଜଣଙ୍କ ମୃତ୍ୟୁ ହୋଇଛି” ବୋଲି ଆଇଏଏଫ୍‌ ପକ୍ଷରୁ ଟୁଇଟ୍‌ କରାଯାଇଛି।

କୋଏମ୍ବାଟୋର ଓ୍ବେଲିଂଟନସ୍ଥିତ ଡିଫେନ୍ସ ସର୍ଭିସ ଷ୍ଟାଫ କଲେଜ ଅଭିମୂଖେ ଏମ୍‌ଆଇ-୧୭ ଭି୫ ହେଲିକପ୍ଟର ସୁଲୁର ବାୟୁ ସେନା ବେସରୁ ଅପରାହ୍ନ ୧୧ଟା ୪୫ରେ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ମଧ୍ୟରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏ ନେଇ ଅପରାହ୍ନ ପ୍ରାୟ ୨ଟାରେ ସ୍ପଷ୍ଟ କରିବା ସହ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲା ଭାରତୀୟ ବାୟୁ ସେନା।

ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫଙ୍କ ମୃତ୍ୟୁ ନେଇ ଘୋଷଣା ପୂର୍ବରୁ ଦିଲ୍ଲୀସ୍ଥିତ ରାଓ୍ବତଙ୍କ ବାସଭବନକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ସେନା ମୁଖ୍ୟ ଏମ୍‌ ଏମ୍‌ ନରାବାଣେ ଯାଇଥିଲେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri