Posted inଜାତୀୟ

ଚପର ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବିପିନ ରାଓ୍ବତ

ନୂଆଦିଲ୍ଲୀ,୮।୧୨: ତାମିଲନାଡୁର କୁନୁରଠାରେ ବୁଧବାର ଘଟିଥିବା ଚପର ଦୁର୍ଘଟଣାରେ ପ୍ରାଣ ହରାଇଥିବା ୧୩ ଜଣଙ୍କ ମଧ୍ୟରେ ରହିଛନ୍ତି ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ ଜେନେରାଲ ବିପିନ ରାଓ୍ବତ। ଦୁର୍ଘଟଣା ବେଳେ ଚପରରେ ଉପସ୍ଥିତ ଥିବା ତାଙ୍କ ପତ୍ନୀ ମଧୁଲିକା ରାଓ୍ବତଙ୍କ ମଧ୍ୟ ମୃତ୍ୟୁ ଘଟିଛି। ଜଣେ ଗୁରୁତରଙ୍କ ଚିକିତ୍ସା ଚାଲିଛି ବୋଲି ସନ୍ଧ୍ୟାରେ ସୂଚନା ଦେଇଛି ଭାରତୀୟ ବାୟୁ ସେନା (ଆଇଏଏଫ୍‌)।

“ଗଭୀର ଦୁଃଖ ସହ ଘୋଷଣା କରିବାକୁ ପଡ଼ୁଛି ଯେ, ଦୁର୍ଭାଗ୍ୟଜନକ ଦୁର୍ଘଟଣାରେ ଜେନେରାଲ ବିପିନ ରାଓ୍ବତ ଓ ତାଙ୍କ ପତ୍ନୀଙ୍କ ସହ ଅନ୍ୟ ୧୧ ଜଣଙ୍କ ମୃତ୍ୟୁ ହୋଇଛି” ବୋଲି ଆଇଏଏଫ୍‌ ପକ୍ଷରୁ ଟୁଇଟ୍‌ କରାଯାଇଛି।

କୋଏମ୍ବାଟୋର ଓ୍ବେଲିଂଟନସ୍ଥିତ ଡିଫେନ୍ସ ସର୍ଭିସ ଷ୍ଟାଫ କଲେଜ ଅଭିମୂଖେ ଏମ୍‌ଆଇ-୧୭ ଭି୫ ହେଲିକପ୍ଟର ସୁଲୁର ବାୟୁ ସେନା ବେସରୁ ଅପରାହ୍ନ ୧୧ଟା ୪୫ରେ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ମଧ୍ୟରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏ ନେଇ ଅପରାହ୍ନ ପ୍ରାୟ ୨ଟାରେ ସ୍ପଷ୍ଟ କରିବା ସହ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲା ଭାରତୀୟ ବାୟୁ ସେନା।

ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫଙ୍କ ମୃତ୍ୟୁ ନେଇ ଘୋଷଣା ପୂର୍ବରୁ ଦିଲ୍ଲୀସ୍ଥିତ ରାଓ୍ବତଙ୍କ ବାସଭବନକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ସେନା ମୁଖ୍ୟ ଏମ୍‌ ଏମ୍‌ ନରାବାଣେ ଯାଇଥିଲେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri