Posted inଜାତୀୟ

ପିଓକେକୁ ନେଇ ପ୍ରତିରକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ

ଲକ୍ଷ୍ନୌ,୨୦।୧: ଉତ୍ତରପ୍ରଦେଶର ପ୍ରୟାଗରାଜରେ ପହଞ୍ଚିଥିବା ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପାକିସ୍ତାନକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ପଡ଼ୋଶୀ ଦେଶ ପାକିସ୍ତାନର ଅର୍ଥନୈତିକ ଦାରିଦ୍ର ଉପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ପିଓକେ ହେଉ କିମ୍ବା ପାକିସ୍ତାନ, ଆମେ ସବୁବେଳେ କାମନା କରିବୁ ଯେ, ସେଠାରେ ଥିବା ଲୋକମାନେ ଖୁସିରେ ରୁହନ୍ତୁ। କାରଣ ଭାରତ ହେଉଛି ବିଶ୍ୱର ଏକମାତ୍ର ଦେଶ, ଯିଏ କେବଳ ଭାରତର ସୀମାରେ ରହୁଥିବା ଲୋକଙ୍କୁ ନିଜ ପରିବାରର ସଦସ୍ୟ ଭାବରେ ବିବେଚନା କରେ ନାହିଁ, ବରଂ ସମଗ୍ର ବିଶ୍ୱରେ ରହୁଥିବା ଲୋକଙ୍କୁ ନିଜ ପରିବାର ସଦସ୍ୟ ଭାବେ ବିବେଚନା କରିଥାଏ। ଭାରତ ସବୁବେଳେ ବସୁଦେବ କୁଟୁମ୍ବକମ୍‌ର ବାର୍ତ୍ତା ଦେଇଥାଏ। ଏଥିସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କାମନା କରିଛନ୍ତି ଯେ, ପିଓକେ ହେଉ କି ପାକିସ୍ତାନ, କେହି ସଙ୍କଟରେ ସମ୍ମୁଖୀନ ହୁଅନ୍ତୁ ନାହିଁ ଏବଂ ସମସ୍ତେ ଖୁସି ରୁଅନ୍ତୁ। ଯେଭଳି ଭୋକ ଓ ଉପାସରେ କେହି ମରିବା ଭଳି ପରିସ୍ଥିତି ନ ଉପୁଜେ ତାହା ଆମେ କାମନା କରୁଛୁ। ଏତଦ୍‌ ବ୍ୟତୀତ ସେ ଚାଇନାର ବାରମ୍ବାର ଭାରତକୁ ଆଖି ଦେଖାଇବା ପ୍ରଶ୍ନରେ କହିଛନ୍ତି, ଚାଇନା ଭାରତର ଶକ୍ତିକୁ ଭଲଭାବେ ଜାଣିଛି। ମୋର ଏହା ଉପରେ ମନ୍ତବ୍ୟ ଦେବାର କୌଣସି ଆବଶ୍ୟକତା ନାହିଁ ବୋଲି ରାଜନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?