Posted inଖେଳ

ଟୁର୍‌ ଡି ଫ୍ରାନ୍ସରୁ ଓହରିଲେ ଗତଥରର ଚାମ୍ପିୟନ ଇଗାନ ବେର୍ନାଲ

ଗ୍ରେନୋବଲ(ଫ୍ରାନ୍ସ), ୧୭।୯(ଏପି): ଫ୍ରାନ୍ସରେ ପ୍ରତିବର୍ଷ ଆୟୋଜିତ ହେଉଥିବା ବହୁ ପର୍ଯ୍ୟାୟ ବିଶିଷ୍ଟ ପୁରୁଷ ସାଇକେଲ ରେସ୍‌ ଟୁର୍‌ ଡି ଫ୍ରାନ୍ସରୁ ଓହରିଯାଇଛନ୍ତି ଗତଥରର ଚାମ୍ପିୟନ ଇଗାନ ବେର୍ନାଲ। ଆଲ୍ପସ୍‌ରେ ଆୟୋଜିତ ହେବାକୁ ଥିବା ରେସ୍‌ର ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ ପୂର୍ବରୁ ସେ ଓହରିଯାଇଛନ୍ତି ବୋଲି ତାଙ୍କ ଇନୋଓସ୍‌ ଗ୍ରେନାଡିଏର୍ସ ଟିମ୍‌ ବୁଧବାର ସୂଚନା ଦେଇଛି। ପିଠିରେ ଯନ୍ତ୍ରଣା କାରଣରୁ ସେ ଓହରିଯାଇଛନ୍ତି ବୋଲି କୁହାଯାଇଛି। ୨୩ ବର୍ଷୀୟ ଏହି ରାଇଡର ଜୁରା ପର୍ବତମାଳାରେ ଗତ ସପ୍ତାହରେ ଆୟୋଜିତ ପର୍ଯ୍ୟାୟରେ ବେଶ୍‌ ସଂଘର୍ଷ କରୁଥିବାର ଲକ୍ଷ୍ୟ କରାଯାଇଥିଲା। ଏଥିରେ ସେ ୭ ମିନିଟ୍‌ରୁ ଊର୍ଦ୍ଧ୍ୱ ଡ୍ରପ୍‌ କରିଥିଲେ।
ମୋଟ ଉପରେ ସେ ୧୬ତମ ସ୍ଥାନରେ ରହିଥିଲେ। ସବୁଠାରୁ ଆଗରେ ଥିବା ରେସ୍‌ ଲିଡର ପ୍ରିମୋଜ ରୋଗ୍ଲିକ୍‌ଙ୍କଠାରୁ ସେ ୧୯ ମିନିଟ୍‌ ୪ ସେକେଣ୍ଡ ପଛରେ ରହିଥିଲେ। ଏଭଳି ଅବସ୍ଥାରେ ଟୁର୍‌ ଡି ଫ୍ରାନ୍ସରୁ ଓହରିବାକୁ ଚାହୁଁ ନ ଥିଲେ ମଧ୍ୟ ଠିକ୍‌ ନିଷ୍ପତ୍ତି ନେଇଛି ବୋଲି ବର୍ନାଲ କହିଛନ୍ତି। ଟୁର ଡି ଫ୍ରାନ୍ସ ପ୍ରତି ମୋର ଯଥେଷ୍ଟ ସମ୍ମାନ ରହିଛି। ଆଗାମୀ ବର୍ଷଗୁଡିକରେ ଏହି ରେସ୍‌କୁ ପ୍ରତ୍ୟାବର୍ତ୍ତନ କରିବି ବୋଲି ବର୍ନାଲ କହିଛନ୍ତି।
ଗତବର୍ଷ ପ୍ରଥମ କଲମ୍ବିଆ ରେସର ଭାବେ ବର୍ନାଲ ଟୁର୍‌ ଡି ଫ୍ରାନ୍ସ ଜିତି ଇତିହାସ ସୃଷ୍ଟି କରିଥିଲେ। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ସେ ସର୍ବ କନିଷ୍ଠ ରେସର ଭାବେ ଏହି ସଫଳତା ପାଇଥିଲେ। ଖୁବ୍‌ଶୀଘ୍ର ସେ ଆଘାତ ସମସ୍ୟାରୁ ମୁକୁଳି ପ୍ରତ୍ୟାବର୍ତ୍ତନ କରିବେ ବୋଲି ତାଙ୍କ ଟିମ୍‌ ତରଫରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

୭ବର୍ଷ ପରେ ଏକାଠି ହେଲେ ଦୁଇ ତାରକା

ମୁମ୍ବାଇ,୭।୬: ପୁଣି ଚର୍ଚ୍ଚାରେ ବଲିଉଡର ‘ଧକ-ଧକ ଗାର୍ଲ’ ମାଧୁରୀ ଦୀକ୍ଷିତ। ମାଧୁରୀ ଦୀକ୍ଷିତଙ୍କ ଫିଲ୍ମ ‘ମା-ବେହନ’ OTTରେ ରିଲିଜ ହୋଇଛି। ରିଲିଜ ଉପଲକ୍ଷେ ଶନିବାର ରାତିରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri