ଓଡ଼ିଶାରେ ହେବ ପ୍ରତିରକ୍ଷା ଯନ୍ତ୍ରାଂଶ ପ୍ରକଳ୍ପ

ଭୁବନେଶ୍ୱର,୨୪୨(ଅନିଲ ଦାସ): ଓଡ଼ିଶାରେ ପ୍ରତିରକ୍ଷା ଓ ବିମାନ ଯନ୍ତ୍ରାଂଶ ନିର୍ମାଣ ହେବ ଏଥିପାଇଁ ରାଜ୍ୟ ସରକାରଙ୍କ ସହ କଲ୍ୟାଣୀ ଷ୍ଟିଲ୍‌ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷର କରିଛି। ଶୁକ୍ରବାର ଲୋକସେବା ଭବନ କନ୍‌ଭେନଶନ ହଲ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି । ଢେଙ୍କାନାଳ ଜିଲାର ଗଜମରାରେ ଏହି ପ୍ରକଳ୍ପ ହେବ। ଏଥିପାଇଁ ୧୧ଶହ ଏକର ଜମି ଚିହ୍ନଟ ହୋଇଛି। ଆସନ୍ତା ସେପ୍ଟେମ୍ବରରୁ ପ୍ରକଳ୍ପ କାମ ଆରମ୍ଭ କରିବ । ୨ ବର୍ଷ ମଧ୍ୟରେ ଉତ୍ପାଦନ ଆରମ୍ଭ ହେବ। ଏଥିରେ ୨ଟି ପର୍ଯ୍ୟାୟରେ ପୁଞ୍ଜିନିବେଶ ହେବ । ପ୍ରଥମ ପର୍ଯ୍ୟାୟରେ ୧୧ ହଜାର ୭୫୦ କୋଟି ଟଙ୍କାର ପୁଞ୍ଜିନିବେଶ ହେବ। ଏହାଦ୍ୱାରା ରାଜ୍ୟରେ ୧୦ ହଜାର କର୍ମ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ପ୍ରକଳ୍ପ ଦ୍ୱାରା ରାଜ୍ୟରେ ଉଚ୍ଚଦକ୍ଷତାସମ୍ପନ୍ନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। କଲ୍ୟାଣୀ ଇସ୍ପାତ ପ୍ରକଳ୍ପ ସହିତ ଟିଟାନିୟମ ମେଟାଲ ଓ ଆଲଏ ମିଲ୍‌ ଏବଂ ବିମାନ ଯନ୍ତ୍ରାଂଶ ୟୁନିଟ ସ୍ଥାପନ କରାଯିବ। ଏହାଦ୍ୱାରା ଓଡ଼ିଶା ବଜାରକୁ ଏକ ଉନ୍ନତମାନର ମାନୁଫାକ୍ଚରିଂ କ୍ଷେତ୍ରର ପ୍ରବେଶ ହୋଇଛି। ଏଥିରେ ୧୧,୭୫୦ କୋଟି ଟଙ୍କାର ପୁଞ୍ଜିନିବେଶ ସହ ୧୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ଏହି ପ୍ରକଳ୍ପ ରାଜ୍ୟରେ ନୂଆ ଯୁଗର ଶିଳ୍ପ କ୍ଷେତ୍ର ପାଇଁ ଏକ ସକାରାତ୍ମକ ବାତାବରଣ ସୃଷ୍ଟି କରିବ। ଏହି ପ୍ରକଳ୍ପ ରାଜ୍ୟରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ) ଶିଳ୍ପ ବିକାଶରେ ସହାୟକ ହେବା ସହ ନିଯୁକ୍ତି କ୍ଷେତ୍ରକୁ ଆହୁରି ବ୍ୟାପକ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ କଲ୍ୟାଣୀ ଷ୍ଟିଲ୍‌ ନିର୍ଦ୍ଦେଶକ ଅମୀତ କଲ୍ୟାଣୀ କହିଛନ୍ତି, ଓଡ଼ିଶାରେ ଶିଳ୍ପ ପାଇଁ ଏକ ଉତ୍ତମ ବାତାବରଣ ସୃଷ୍ଟି ହୋଇଛି; ଯାହା କି ଉଚ୍ଚ ଦକ୍ଷତାସମ୍ପନ୍ନ ସୁଯୋଗ ସୃଷ୍ଟି କରିବାରେ ସହାୟକ ହେବ। ଏହା ବିକାଶ ଏବଂ ନୂତନ ଚିନ୍ତାଧାରା ସୃଷ୍ଟିକୁ ପ୍ରୋତ୍ସାହିତ କରିବ। କଲ୍ୟାଣୀ ଷ୍ଟିଲ୍‌ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ହୋଇଥିବା ଅଂଶୀଦାର ଦୀର୍ଘମିଆଦୀ ଶିଳ୍ପ କ୍ଷେତ୍ର ପାଇଁ ଏକ ମାଇଲଷ୍ଟୋନ ହୋଇଛି।
ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ, ୫-ଟି ଏବଂ ଆମ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri