Posted inଜାତୀୟ

ପ୍ରତିରକ୍ଷା ତଥ୍ୟ ଗାଏବ

ନୂଆଦିଲ୍ଲୀ,୭ା୮:ଚାଇନା ସୈନ୍ୟ ମେ’ ପ୍ରଥମ ଭାଗରେ ପୂର୍ବ ଲଦାଖର ଭାରତୀୟ ଅଞ୍ଚଳ ମଧ୍ୟରେ ଅନୁପ୍ରବେଶ କରିଥିଲେ। ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରଣାଳୟ ଓ୍ବେବ୍‌ସାଇଟର ଖବର ବିଭାଗରେ ଥିବା ଏକ ଦସ୍ତାବିଜ୍‌ରେ ଏହାକୁ ସ୍ବୀକାର କରାଯାଇଥିଲା। ଦୁଇଦିନ ପରେ ଓ୍ବେବ୍‌ସାଇଟରୁ ଉକ୍ତ ପୃଷ୍ଠା ଗାଏବ ହୋଇଯାଇଛି।
ଚଳିତ ବର୍ଷ ମେ’ ୫ରୁ ଚାଇନା ସୈନ୍ୟ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅତିକ୍ରମ କରି ଭାରତୀୟ ଅଞ୍ଚଳ ମଧ୍ୟରେ ପ୍ରବେଶ କରିଥିଲେ। ବିଶେଷକରି ଗଲଓ୍ବାନ ଉପତ୍ୟକାରେ ସେମାନଙ୍କ ଉପସ୍ଥିତି ବଢ଼ିଥିଲା। ଏହାବ୍ୟତୀତ ମେ’ ୧୭-୧୮ରେ ସେମାନେ କୁଙ୍ଗରାଙ୍ଗ ନାଲା, ଗୋଗ୍ରା ଓ ପଙ୍ଗଓଙ୍ଗ ସୋର ଉତ୍ତର ପାର୍ଶ୍ୱରେ ସେମାନେ ଅନୁପ୍ରବେଶ କରିଥିଲେ ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟ ଦସ୍ତାବିଜ୍‌ରେ ସ୍ବୀକାର କରାଯାଇଛି। ଓ୍ବେବ୍‌ସାଇଟର ‘ହ୍ବାଟ୍‌ ଇଜ୍‌ ନ୍ୟୁ’ ବିଭାଗରେ ଥିବା ‘ଚାଇନିଜ୍‌ ଆଗ୍ରେଶନ ଅନ୍‌ ଏଲ୍‌ଏସି’ରେ ଏହା ଦର୍ଶାଯାଇଥିଲା। ଏଥିରେ କୁହାଯାଇଛି, ପରିସ୍ଥିତିକୁ ଶାନ୍ତ କରାଇବା ପାଇଁ ତଳସ୍ତରରେ ଉଭୟ ପକ୍ଷର ସୈନ୍ୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଜୁନ୍‌ ୬ରେ କର୍ପସ କମାଣ୍ଡର ସ୍ତରୀୟ ଫ୍ଲାଗ୍‌ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଥିଲା। ତେବେ ଜୁନ୍‌ ୧୫ରେ ଗଲଓ୍ବାନ୍‌ ଉପତ୍ୟକାରେ ଦୁଇପକ୍ଷ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ଉତ୍ତେଜନା ଚରମ ସୀମାରେ ପହଞ୍ଚତ୍ଥିଲା ବୋଲି ଦସ୍ତାବିଜ୍‌ରେ ଉଲ୍ଲେଖ ଥିଲା। ଏଥିରେ ଆହୁରି କୁହାଯାଇଛି, ଜୁନ୍‌ ୨୨ରେ ଦ୍ୱିତୀୟ ପର୍ଯ୍ୟାୟ କମାଣ୍ଡର ସ୍ତରୀୟ ବୈଠକରେ ଉତ୍ତେଜନା ହ୍ରାସ ପାଇଁ ଆଲୋଚନା ହୋଇଥିଲା।
ଗୁରୁବାର ସକାଳେ ଓ୍ବେବ୍‌ସଇଟରୁ ଉକ୍ତ ଦସ୍ତାବିଜ୍‌କୁ ହଟାଇଦିଆଯାଇଛି। ଏହାର ଲିଙ୍କ୍‌ କାମ କରୁନାହିଁ। ଦସ୍ତାବିଜ୍‌ ତାଙ୍କ ମାଧ୍ୟମରେ ଯାଇ ନ ଥିଲା ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟର ଜଣେ ମୁଖପାତ୍ର କହିଛନ୍ତି। ମେ’ ମାସରୁ ଏଲ୍‌ଏସି ନିକଟରେ ଉତ୍ତେଜନା ଲାଗି ରହିଥିବାବେଳେ ଚାଇନା ସୈନ୍ୟ ଭାରତୀୟ ଅଞ୍ଚଳ ମଧ୍ୟରେ ପ୍ରବେଶ କରିବା ସମ୍ପର୍କରେ ପ୍ରଥମ ଥର ପାଇଁ ସରକାରୀ ଭାବେ ସୂଚନା ଦିଆଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri