Posted inଜାତୀୟ

ନିପୁଣ ସମେତ ଅନ୍ୟ ଅସ୍ତ୍ରଶସ୍ତ୍ର ସେନାକୁ ହସ୍ତାନ୍ତର କଲେ ପ୍ରତିରକ୍ଷାମନ୍ତ୍ରୀ…

ନୂଆଦିଲ୍ଲୀ,୧୬।୮ : ଦେଶର ସୀମାରେ ସୁରକ୍ଷା ଆହ୍ବାନକୁ ଦୃଷ୍ଟିରେ ରଖି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର କେତେକ ସ୍ବଦେଶୀ ଅସ୍ତ୍ରଶସ୍ତ୍ର ସେନାକୁ ହସ୍ତାନ୍ତର କରିଛନ୍ତି। ଏଥିମଧ୍ୟରେ ଏକେ-୨୦୩ ଏଫ୍‌-ଇନସାସ୍‌ ରାଇଫଲ ଏବଂ ନୂତନ ଆଣ୍ଟି-ଷ୍ଟାଫ ପର୍ସୋନେଲ ମାଇନ୍‌ ନିପୁଣ ଆଦି ରହିଛି। ନୂତନ ଅସ୍ତ୍ରଗୁଡିକ ଇଇଏଲ ଏବଂ ଅନ୍ୟାନ୍ୟ ଭାରତୀୟ କମ୍ପାନୀ ଦ୍ୱାରା ବିକଶିତ କରାଯାଇଛି ।

ଏହି ଅବସରରେ ସେନା ମୁଖ୍ୟଙ୍କ ତରଫରୁ ଭାରତୀୟ ସେନାର ମୁଖ୍ୟ ଇଞ୍ଜିନିୟର ଲ୍ୟୁଟନାଟ ଜେନେରାଲ ହରପାଲ ସିଂ ଦେଶକୁ ଆଶ୍ୱାସନା ଦେଇଛନ୍ତି ଯେ ଆମେ ଯେ କୌଣସି ବିପଦର ମୁକାବିଲା କରିବାକୁ ପ୍ରସ୍ତୁତ। ପଶ୍ଚିମ ମରୁଭୂମିରେ ପାକିସ୍ଥାନ ସହ ହେଉ କିମ୍ବା ଲଦାଖ ସେକ୍ଟରରେ ଥିବା ସମୁଦ୍ର ପତ୍ତନଠାରୁ ଉଚ୍ଚ ଉଚ୍ଚତାରେ ଚାଇନା ସହିତ ସଂଲଗ୍ନ ଅଞ୍ଚଳରେ ଆମେ କଡ଼ା ମୁକାବିଲା ଲାଗି ପ୍ରସ୍ତୁତ ବୋଲି ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ପ୍ରଣାଳୀ ସେନାକୁ ହସ୍ତାନ୍ତର କରୁଥିବାବେଳେ ସେ ଏହା କହିଛନ୍ତି।

ହରପାଲ ସିଂ କହିଛନ୍ତି ଯେ ପ୍ରତିରକ୍ଷା କ୍ଷେତ୍ରରେ ସ୍ବଦେଶୀକରଣକୁ ପ୍ରୋତ୍ସାହିତ କରିବା ଲାଗି ଭାରତ ସରକାର ଅନେକ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସ୍ଥଳ ସେନା ପାଇଁ ଉପନଯୋଗୀ ସାବ୍ୟସ୍ତ ହେବ। ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭାରତୀୟ ସେନାର ଫୁଟୁରିଷ୍ଟିକ ଇନଫାଣ୍ଟ୍ରି ସିଷ୍ଟମ ଏଫ୍‌-ଇନସାସ୍‌ ଏବଂ ଏକେ-୨୦୩ ରାଇଫଲ ତଥା ଅନ୍ୟ ଅସ୍ତ୍ରଶସ୍ତ୍ର ବିଷୟରେ ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?