ସୁନକଙ୍କୁ ଭେଟିଲେ ପ୍ରତିରକ୍ଷା ମନ୍ତ୍ରୀ: ଉଭୟ ଦେଶ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ଲଣ୍ଡନ,୧୧।୧:ବ୍ରିଟେନ ଗସ୍ତରେ ଥିବା ଭାରତୀୟ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଲଣ୍ଡନରେ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଭେଟିଛନ୍ତି। ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନ ଲଣ୍ଡନର ୧୦ ଡାଉନିଙ୍ଗ ଷ୍ଟ୍ରିଟରେ ଏହି ଦୁଇ ନେତାଙ୍କୁ ଭେଟିଥିଲେ। ଏହି ସମୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି, ଉଭୟ ଦେଶ ସେମାନଙ୍କର ଐତିହାସିକ ସମ୍ପର୍କକୁ ଆଧୁନିକ, ବହୁମୁଖୀ ଏବଂ ପାରସ୍ପରିକ ଲାଭଦାୟକ ସହଭାଗୀତାରେ ପରିଣତ କରିବାରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି କରିଛନ୍ତି।
ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି, ବ୍ରିଟେନ ଏବଂ ଅନ୍ୟାନ୍ୟ ସମାନ ଦେଶ ଭାରତ ସହ ମିଶି ଏକ ଶାନ୍ତିପୂର୍ଣ୍ଣ ତଥା ସ୍ଥିର ବିଶ୍ୱ ନିୟମ ଆଧାରିତ ଶୃଙ୍ଖଳାକୁ ଦୃଢ଼ କରିବା ଉଚିତ ଏବଂ ଭାରତର ବୃଦ୍ଧିରେ ସହଯୋଗୀ ହୋଇପାରିବ। ବ୍ରିଟିଶ ପ୍ରଧାନମନ୍ତ୍ରୀ ସୁନକ ମଧ୍ୟ ଦୁଇ ଦେଶ ସହିତ ବାଣିଜ୍ୟ, ପ୍ରତିରକ୍ଷା ଏବଂ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବାକୁ ରାଜି ହୋଇଥିଲେ। ଦୁଇ ଦେଶ ମଧ୍ୟରେ ଚାଲିଥିବା ମୁକ୍ତ ବାଣିଜ୍ୟ ଚୁକ୍ତିନାମାକୁ ଏକ ସଫଳ ସିଦ୍ଧାନ୍ତରେ ନିଆଯାଇପାରିବ ବୋଲି ସେ ଆଶା ପ୍ରକଟ କରିଛନ୍ତି। ଏହି ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରାମ ଦରବାରଙ୍କ ପ୍ରତିମୂର୍ତ୍ତିକୁ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଉପହାର ଦେଇଛନ୍ତି। ଏହି ବୈଠକରେ ବ୍ରିଟେନର ଜାତୀୟ ସୁରକ୍ଷା ପରାମର୍ଶଦାତା ସାର୍‌ ଟିମ ବାରୋ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri