Posted inଜାତୀୟ

‘ଆମେ ବିଶ୍ୱକୁ କହିଲୁ ଆତଙ୍କବାଦ ବିରୋଧରେ ଜିରୋ ଟଲରେନ୍ସର ଅର୍ଥ’, ରାଜନାଥ ସିଂ

ଜମ୍ମୁ,୨୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଓ ଇଜିପ୍ଟ ଗସ୍ତ କରି ସ୍ବଦେଶ ଫେରି ଆସିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଏହି ଯାତ୍ରାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ବିଶ୍ୱ ସ୍ତରରେ ଭାରତର ପ୍ରତିଷ୍ଠା ଓ ସ୍ଥିତି ବୃଦ୍ଧି ହୋଇଛି। ଜମ୍ମୁ ବିଶ୍ୱବିଦ୍ୟାଳୟରେ ଜାତୀୟ ସୁରକ୍ଷା ସମ୍ମିଳନୀକୁ ସମ୍ବୋଧିତ କରି ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି, ଯେତେବେଳେ ଭାରତ କଥା ହୁଏ, ବିଶ୍ୱ ଯତ୍ନର ସହ ଶୁଣେ, କିନ୍ତୁ ଏହା ପୂର୍ବରୁ ହୋଇ ନ ଥିଲା। ସେ କହିଛନ୍ତି ମୋଦି ସରକାରଙ୍କ ଅଧୀନରେ ଅନ୍ତର୍ଜାତୀୟ ସ୍ତରରେ ଭାରତର ପ୍ରତିଷ୍ଠା ଏବଂ ସ୍ଥିତି ବୃଦ୍ଧି ପାଇଛି। ପୂର୍ବରୁ ଯେତେବେଳେ ଭାରତ ଅନ୍ତର୍ଜାତୀୟ ଫୋରମରେ କିଛି କହୁଥିଲା, ସେତେବେଳେ ଏହାକୁ ଏତେ ଗୁରୁତ୍ୱ ଦିଆଯାଇ ନ ଥିଲା।
ସେ କହିଛନ୍ତି ଯେ ନରେନ୍ଦ୍ର ମୋଦି ୨୦୧୪ରେ କ୍ଷମତା ଗ୍ରହଣ କରିବା ପରେ ପରିସ୍ଥିତି ବଦଳିଛି। ଗତ କିଛି ବର୍ଷ ମଧ୍ୟରେ ବିଶ୍ୱର ସମସ୍ତ ଦେଶରେ ପ୍ରଧାନମନ୍ତ୍ରୀଙ୍କ ବଢୁଥିବା ବିଶ୍ୱସନୀୟତା ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି ଯେ ଗୋଟିଏ ଦେଶର ପ୍ରଧାନମନ୍ତ୍ରୀ ତାଙ୍କୁ ‘ବସ’ ବୋଲି କହିଥିବାବେଳେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ଯେ ମୋଦି ଏତେ ଲୋକପ୍ରିୟ ଲୋକମାନେ ତାଙ୍କଠାରୁ ଅଟୋଗ୍ରାଫ ନେବାକୁ ଚାହାଁନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?