Posted inଜାତୀୟ

ବଢିବ ବାୟୁ ସେନାର ଶକ୍ତି

ନୂଆଦିଲ୍ଲୀ,୧ ।୬: ପ୍ରତିରକ୍ଷା ମନ୍ତ୍ରଣାଳୟ ମଙ୍ଗଳବାର ଭାରତ ଡାୟନେମିକସ ଲିମିଟେଡ (ବିଡିଏଲ) ସହ ଏୟାର-ଟୁ-ଏୟାର ଷ୍ଟ୍ରାଇକ୍ କ୍ଷେପଣାସ୍ତ୍ର ଏବଂ ଆନୁଷଙ୍ଗିକ ଉପକରଣ କ୍ରୟ ପାଇଁ ୨,୯୭୧ କୋଟି ଟଙ୍କା ଚୁକ୍ତି କରିଛି । ଭାରତୀୟ ବାୟୁସେନା ଏବଂ ଭାରତୀୟ ନୌସେନା ପାଇଁ ଏହି କ୍ଷେପଣାସ୍ତ୍ର କ୍ରୟ କରାଯାଉଛି ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି । ଭାରତୀୟ ବାୟୁସେନାର ଆବଶ୍ୟକତରା ଅନୁଯାୟୀ, ପ୍ରତିରକ୍ଷା ଅନୁସନ୍ଧାନ ଓ ବିକାଶ ସଙ୍ଗଠନ(ଡିଆରଡିଓ) ଦ୍ୱାରା ‘ଅସ୍ତ୍ର ଏମକେ-ଆଇ ବିଭିଆର ଏଏଏମ୍‌’ ସ୍ୱଦେଶୀ ଜ୍ଞାନ କୌଶଳରେ ଡିଜାଇନ୍ ଓ ବିକଶିତ କରାଯାଇଛି ।
ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଭିଜୁଆଲ ରେଞ୍ଜ ଏୟାର-ଟୁ-ଏୟାର ଷ୍ଟ୍ରାଇକ କ୍ଷମତା ବିଶିଷ୍ଟ ଏହି କ୍ଷେପଣାସ୍ତ୍ର ଗୁଡିକ ବାୟୁସନାର ଯୁଦ୍ଧ ବିମାନକୁ ଶକ୍ତି ଯୋଗାଇଥାଏ । ଅସ୍ତ୍ର ଏମକେ-ଆଇ କ୍ଷେପଣାସ୍ତ୍ର ଏବଂ ଏହାର ଉତକ୍ଷେପଣ ଓ ପରିକ୍ଷଣ ପାଇଁ ସମସ୍ତ ଆନୁଷଙ୍ଗିକ ପ୍ରଣାଳୀ ଭାରତୀୟ ବାୟୁସେନା ସହିତ ଡିଆରଡିଓ ଦ୍ୱାରା ବିକଶିତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri