‘ଏକ୍ସ’କୁ ଫେରିବା ପରେ ପାଣ୍ଠି ସଂଗ୍ରହ ପାଇଁ ଅଣ୍ଟା ଭିଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୬।୮: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ‘ଏକ୍ସ’କୁ ଫେରିଛନ୍ତି।
୨୦୨୧ ଜାନୁୟାରୀ ୬ରେ ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ କ୍ଷମତା ହସ୍ତାନ୍ତର ପର୍ବ ନେଇ ପ୍ରସ୍ତୁତି ଚାଲିଥିବା ବେଳେ ଟ୍ରମ୍ପଙ୍କ ସମର୍ଥକମାନେ କ୍ୟାପିଟୋଲ୍‌ ହିଲ୍‌ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ସେବେଠୁ ଟ୍ରମ୍ପ୍‌ଙ୍କୁ ଟୁଇଟର ବାସନ୍ଦ କରିଦେଇଥିଲା।

ପରେ ଟ୍ରମ୍ପ୍‌ ଟ୍ରୁଥ୍‌ ସୋସିଆଲ୍‌ ନାମରେ ଏକ ସାମାଜିକ ଗଣମାଧ୍ୟମ ମଞ୍ଚ ପ୍ରତିଷ୍ଠା କରି ନିଜସ୍ବ ମତ ରଖି ଆସୁଥିଲେ। ଗତବର୍ଷ ଟୁଇଟର୍‌ର ମାଲିକାନା ଟେସ୍‌ଲା ସିଇଓ ଏଲନ ମସ୍କଙ୍କ ହାତକୁ ଯାଇଥିଲା। ବର୍ତ୍ତମାନ ଟୁଇଟର୍‌ର ନାମ ବଦଳି ‘ଏକ୍ସ’ ହୋଇଛି। ମସ୍କ ଟ୍ରମ୍ପ୍‌ଙ୍କ ଆକାଉଣ୍ଟକୁ ପୁନଃ ଅବସ୍ଥାପିତ କରିବା ପରେ ୨୦୨୪ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ପାଇଁ ଅଣ୍ଟା ଭିଡ଼ିଥିବା ଚତୁର ବ୍ୟବସାୟୀ କାଳ ବିଳମ୍ବ ନ କରି ପାଣ୍ଠି ସଂଗ୍ରହ ସକାଶେ ଏହାର ଫାଇଦା ଉଠାଇଛନ୍ତି। ଏଥିରେ ସେ ନିର୍ବାଚନରେ ହସ୍ତକ୍ଷେପ ଅଭିଯୋଗକୁ ଖଣ୍ଡନ କରିବା ସହ କେବେହେଲେ ମୁଣ୍ଡ ନୁଆଁଇବେ ନାହିଁ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ‘ଏକ୍ସ’ରେ ଟ୍ରମ୍ପ୍‌ଙ୍କ ୮୬ ନିୟୁତରୁ ଊର୍ଦ୍ଧ୍ୱ ଫଲୋଅର୍ସ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri