Posted inଜାତୀୟ

ସଂସଦ ସୁରକ୍ଷାରେ ତ୍ରୁଟି: ଭାଜପା ଏମପିଙ୍କୁ କାହିଁକି କରାଯାଉନି ପଚରାଉଚରା, ପ୍ରଶ୍ନ କଲା କଂଗ୍ରେସ…

ନୂଆଦିଲ୍ଲୀ,୨୦।୧୨ : ସଂସଦର ଶୀତକାଳୀନ ଅଧିବେଶନରେ ୧୪୧ ଏମପିଙ୍କୁ ନିଲମ୍ବନ ପ୍ରସଙ୍ଗ ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ସଂସଦର ସୁରକ୍ଷା ତ୍ରୁଟି ମାମଲା ସମ୍ପର୍କରେ ପରବର୍ତ୍ତୀ ରଣନୀତି ସ୍ଥିର କରିବାକୁ କଂଗ୍ରେସ ବୁଧବାର ଏକ ସଂସଦୀୟ ଦଳ ବୈଠକ ଡାକିଥିଲା। ଏହି ବୈଠକରେ ସୋନିଆ ଗାନ୍ଧୀ କହିଛନ୍ତି ଏତେ ସଂଖ୍ୟକ ସାଂସଦଙ୍କୁ କେବେ ନିଲମ୍ବିତ କରାଯାଇ ନ ଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଗଣତନ୍ତ୍ରକୁ ଅଡୁଆରେ ପକାଉଛନ୍ତି।

ଡିସେମ୍ବର ୧୩ରେ ଯାହା ଘଟିଲା ତାହା ଗ୍ରହଣୀୟ ନୁହେଁ। ଏହି ଘଟଣାର ୪ ଦିନ ପରେ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ଆସିଛି। ଏହାପୂର୍ବରୁ ବିରୋଧୀ ଇଣ୍ଡିଆର ଚତୁର୍ଥ ବୈଠକରେ ଏମପିଙ୍କ ନିଲମ୍ବନ ପ୍ରସଙ୍ଗ ମଧ୍ୟ ଉଠିଥିଲା। ସମସ୍ତ ବିରୋଧୀ ଦଳ ଏହାକୁ ନିନ୍ଦା କରିଥିଲେ।

କଂଗ୍ରେସର ମହା ସଚିବ ଜୟରାମ ରମେଶ ଟୁଇଟରରେ ଏକ ପୋଷ୍ଟ ଶେୟାର କରି କହିଛନ୍ତି ଲୋକସଭାରେ ସୁରକ୍ଷାର ଅଭାବ ସମଗ୍ର ଦେଶକୁ ଚକିତ କରିଛି। ଘଟଣାକୁ ଏକ ସପ୍ତାହ ବିତି ଗଲାଣି । ତଦନ୍ତ ଆରମ୍ଭ ହୋଇଛି ବୋଲି ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀ ଏବଂ ଲୋକସଭା ବାଚସ୍ପତି କହିଛନ୍ତି। ଅନୁସନ୍ଧାନ ଆରମ୍ଭ ହେବାର ୭ ଦିନ ପରେ ମଧ୍ୟ ଭାଜପା ଏମପି ପ୍ରତାପ ସିମହାଙ୍କୁ କାହିଁକି ତଦନ୍ତ କମିଟି ପଚରାଉଚରା କରୁନାହିଁ? ତାଙ୍କଠାରୁ ନେଇଥିବା ପାସରେ ଦୁଇଜଣ ଯୁବକ ଲୋକସଭାରେ ପ୍ରବେଶ କରିଥିଲେ।

ଜୟରାମ ରମେଶ କହିଛନ୍ତି ସଂସଦରେ ସୁରକ୍ଷା ଅଭାବ ସମ୍ପର୍କରେ ବିରୋଧୀ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି କରୁଛନ୍ତି। ଏଭଳି ପରିସ୍ଥିତିରେ ୧୪୧ ଏମପିଙ୍କୁ ନିଲମ୍ବନ କରିବା କୌଣସି ପ୍ରକାରେ ଠିକ ନୁହେଁ। ରମେଶ କହିଛନ୍ତି ଅଭିଯୁକ୍ତଙ୍କ ବିରୋଧରେ ୟୁଏପିଏ ଅନ୍ତର୍ଗତ ଅଭିଯୋଗ କରାଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’…

NHAI ଉପରେ ସୁପ୍ରିମକୋର୍ଟଙ୍କ ପ୍ରଭାବ: ପ୍ରତି ୧୦୦ କିଲୋମିଟରରେ ଗୋଟିଏ ‘ପଶୁ ଆଶ୍ରୟସ୍ଥଳ’ ନିର୍ମାଣ କରାଯିବ

ନୂଆଦିଲ୍ଲୀ,୧୭।୯: ଜାତୀୟ ରାଜପଥରେ ବୁଲୁଥିବା ବୁଲା ପଶୁଙ୍କ ସମସ୍ୟା ଦେଶର ଅନେକ ରାଜ୍ୟକୁ ପ୍ରଭାବିତ କରୁଛି। ଏହି ପଶୁମାନଙ୍କ ଯୋଗୁ ଘଟୁଥିବା ଦୁର୍ଘଟଣାକୁ ନେଇ ସ୍ବତଃପ୍ରବୃତ୍ତ ଭାବେ…

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଧାନ କ୍ଷେତରେ ବଜ୍ରପାତ; ଚାଲିଗଲା ନଣନ୍ଦ-ଭାଉଜଙ୍କ ଜୀବନ, ସୋହେଲାରେ ଶୋକର ଛାୟା

ସୋହେଲା,୧୭।୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କୁସୁର୍ଡା ଗ୍ରାମରେ ଗୁରୁବାର ଅଭାବନୀୟ ଘଟଣା ଘଟିଯାଇଛି । ବଜ୍ରପାତରେ ୨ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

ପଦକ ଜିତିବାର ଉତ୍ସାହଜନକ ଖବରଠାରୁ ପ୍ରଧାନମନ୍ତ୍ରୀଙ୍କ ଫୋନ କଲ ପର୍ଯ୍ୟନ୍ତ… ମୋଦି ସାଜିଥିଲେ ଖେଳାଳିମାନଙ୍କର ସବୁଠାରୁ ବଡ଼ ‘Cheerleader’

ନୂଆଦିଲ୍ଲୀ,୧୭।୯: ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଜନ୍ମିତ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ନିଜର ୭୬ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କର ବ୍ୟକ୍ତିଗତ ସମ୍ପର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?