୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍‌ ଗତ ୧ରୁ ୨୩ତାରିଖ ମଧ୍ୟରେ ଓଡ଼ିଶାରେ ୧୫୬.୬ମିମି ବୃଷ୍ଟିପାତ ରେକର୍ଡ କରାଯାଇଛି, ଯାହା ସ୍ବାଭାବିକ ବର୍ଷା ୧୪୬.୮ ମିମିଠାରୁ ୭ପ୍ରତିଶତ ଅଧିକ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ରାୟଗଡ଼ା, ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, କନ୍ଧମାଳ ଏବଂ କେନ୍ଦୁଝର ଆଦି ୭ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଏହା ସ୍ବାଭାବିକ ବର୍ଷାଠାରୁ ୨୦ରୁ ୫୯% ପର୍ଯ୍ୟନ୍ତ କମ୍‌ ରହିଛି। ଏହି ସମୟ ମଧ୍ୟରେ ପୁରୀ, ସୁନ୍ଦରଗଡ଼ ଓ କୋରାପୁଟ ଆଦି ୩ ଜିଲାରେ ସ୍ବାଭାବିକଠାରୁ ଅତ୍ୟଧିକ ଅର୍ଥାତ୍‌ ୬୦% କିମ୍ବା ତା’ଠାରୁ ଅଧିକ ବର୍ଷା ହୋଇଛି। ସେହିପରି ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ନୂଆପଡ଼ା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ମାଲକାନଗିରି ଆଦି ୯ ଜିଲାରେ ସ୍ବାଭାବିକଠାରୁ ୨୦ରୁ ୫୯% ଯାଏ ଅଧିକ ବର୍ଷା ହୋଇଥିବା ବେଳେ ଅବଶିଷ୍ଟ ୧୧ ଜିଲାରେ ସ୍ବାଭାବିକ ବର୍ଷା ହୋଇଛି। ବୁଧବାର ସୁଦ୍ଧା ସୁନ୍ଦରଗଡ଼ରେ ସର୍ବାଧିକ ୨୪୭.୨ ମିମି ଏବଂ ଗଞ୍ଜାମ ଜିଲାରେ ସର୍ବନିମ୍ନ ୭୪.୯ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି।
ଅନ୍ୟପକ୍ଷରେ ମଙ୍ଗଳବାର ସକାଳ ସାଢ଼େ ୮ଟାରୁ ବୁଧବାର ସକାଳ ସାଢ଼େ ୮ଟା ମଧ୍ୟରେ କେନ୍ଦ୍ରାପଡ଼ାର ମାର୍ଶାଘାଇରେ ୨୨୫ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ଦେଶର ସର୍ବାଧିକ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବୁଧବାର ଅପରାହ୍ନ ବୁଲେଟିନ୍‌ରେ ପାଣିପାଗ ବିଭାଗ ସୂଚନାନୁସାରେ, ମାର୍ଶାଘାଇ ପରେ କଟକର କଣ୍ଟପଡ଼ାରେ ୧୯୦, ବାଲେଶ୍ୱରର ଭୋଗରାଇରେ ୧୩୦.୨, ଜଗତ୍‌ସିଂହପୁରର କୁଜଙ୍ଗରେ ୧୨୫, ବାଲେଶ୍ୱରର ଜଳେଶ୍ୱର ଓ ଖୋର୍ଦ୍ଧାର ବାଲିପାଟଣାରେ ୧୧୮, ଭୁବନେଶ୍ୱରରେ ୧୧୩.୨ମିମି ବର୍ଷା ରେକର୍ଡ କରାଯାଇଛି। ବୁଧବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ଏହିଭଳି ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଗୁରୁବାର ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦୁଝର, କଳାହାଣ୍ଡିରେ ପ୍ରବଳ ବର୍ଷା ହେବ। ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ତେବେ ଶୁକ୍ରବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତି ପ୍ରବଳ ଏବଂ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେଣୁ ଏସବୁ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri