୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍‌ ଗତ ୧ରୁ ୨୩ତାରିଖ ମଧ୍ୟରେ ଓଡ଼ିଶାରେ ୧୫୬.୬ମିମି ବୃଷ୍ଟିପାତ ରେକର୍ଡ କରାଯାଇଛି, ଯାହା ସ୍ବାଭାବିକ ବର୍ଷା ୧୪୬.୮ ମିମିଠାରୁ ୭ପ୍ରତିଶତ ଅଧିକ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ରାୟଗଡ଼ା, ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, କନ୍ଧମାଳ ଏବଂ କେନ୍ଦୁଝର ଆଦି ୭ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଏହା ସ୍ବାଭାବିକ ବର୍ଷାଠାରୁ ୨୦ରୁ ୫୯% ପର୍ଯ୍ୟନ୍ତ କମ୍‌ ରହିଛି। ଏହି ସମୟ ମଧ୍ୟରେ ପୁରୀ, ସୁନ୍ଦରଗଡ଼ ଓ କୋରାପୁଟ ଆଦି ୩ ଜିଲାରେ ସ୍ବାଭାବିକଠାରୁ ଅତ୍ୟଧିକ ଅର୍ଥାତ୍‌ ୬୦% କିମ୍ବା ତା’ଠାରୁ ଅଧିକ ବର୍ଷା ହୋଇଛି। ସେହିପରି ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ନୂଆପଡ଼ା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ମାଲକାନଗିରି ଆଦି ୯ ଜିଲାରେ ସ୍ବାଭାବିକଠାରୁ ୨୦ରୁ ୫୯% ଯାଏ ଅଧିକ ବର୍ଷା ହୋଇଥିବା ବେଳେ ଅବଶିଷ୍ଟ ୧୧ ଜିଲାରେ ସ୍ବାଭାବିକ ବର୍ଷା ହୋଇଛି। ବୁଧବାର ସୁଦ୍ଧା ସୁନ୍ଦରଗଡ଼ରେ ସର୍ବାଧିକ ୨୪୭.୨ ମିମି ଏବଂ ଗଞ୍ଜାମ ଜିଲାରେ ସର୍ବନିମ୍ନ ୭୪.୯ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି।
ଅନ୍ୟପକ୍ଷରେ ମଙ୍ଗଳବାର ସକାଳ ସାଢ଼େ ୮ଟାରୁ ବୁଧବାର ସକାଳ ସାଢ଼େ ୮ଟା ମଧ୍ୟରେ କେନ୍ଦ୍ରାପଡ଼ାର ମାର୍ଶାଘାଇରେ ୨୨୫ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ଦେଶର ସର୍ବାଧିକ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବୁଧବାର ଅପରାହ୍ନ ବୁଲେଟିନ୍‌ରେ ପାଣିପାଗ ବିଭାଗ ସୂଚନାନୁସାରେ, ମାର୍ଶାଘାଇ ପରେ କଟକର କଣ୍ଟପଡ଼ାରେ ୧୯୦, ବାଲେଶ୍ୱରର ଭୋଗରାଇରେ ୧୩୦.୨, ଜଗତ୍‌ସିଂହପୁରର କୁଜଙ୍ଗରେ ୧୨୫, ବାଲେଶ୍ୱରର ଜଳେଶ୍ୱର ଓ ଖୋର୍ଦ୍ଧାର ବାଲିପାଟଣାରେ ୧୧୮, ଭୁବନେଶ୍ୱରରେ ୧୧୩.୨ମିମି ବର୍ଷା ରେକର୍ଡ କରାଯାଇଛି। ବୁଧବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ଏହିଭଳି ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଗୁରୁବାର ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦୁଝର, କଳାହାଣ୍ଡିରେ ପ୍ରବଳ ବର୍ଷା ହେବ। ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ତେବେ ଶୁକ୍ରବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତି ପ୍ରବଳ ଏବଂ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେଣୁ ଏସବୁ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ନୂଆ ବର୍ଷ ଆରମ୍ଭ ପୂର୍ବରୁ ବଡ଼ ଘୋଷଣା କରିଦେଲେ ଟ୍ରମ୍ପ, ସାଧାରଣ ଲୋକଙ୍କୁ ହେବ ଫାଇଦା

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ୍‌ ଏବଂ ଟିକସ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଉତ୍ତର କାରୋଲିନାରେ ତାଙ୍କ ଭାଷଣ...

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…

ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ...

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri