ସିଆର୍‌ପିଏଫ୍‌ ଯବାନ କହି ଠକି ନେଲେ ୮୩ ହଜାର

ବାଲିଗୁଡା,୨୩।୨: ନିଜକୁ ସିଆର୍‌ପିଏଫ୍‌ ଯବାନର ପରିଚୟ ଦେଇ ଜଣେ ମାଛ ବ୍ୟବସାୟୀଙ୍କଠାରୁ ଟଙ୍କା ଠକେଇ ଘଟଣା ବାଲିଗୁଡ଼ା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲିଟିଛି। ଠକେଇର ଶିକାର ହୋଇଛନ୍ତି କନ୍ଧମାଳ ଜିଲା ବାଲିଗୁଡା ଏନ୍‌ଏସି ନୂଆସାହିର ମାଛ ବ୍ୟବସାୟୀ ଶଙ୍କର ବେହେରା। ଶଙ୍କରଙ୍କ ଠାରୁ ୮୩,୫୦୦ ଟଙ୍କା ଠକେଇ ହୋଇଥିବା ବାଲିଗଡ଼ା ଥାନାରେ ଅଭିଯୋଗ ହୋଇଛି।
ମିଳିଥିବା ସୂଚନା ମୁତାବକ, ଏକ ଅଜଣା ନମ୍ବରରୁ ଶଙ୍କରଙ୍କୁ ଫୋନ କଲ୍‌ ଆସିଥିଲା। ବ୍ୟକ୍ତି ଜଣକ କଶ୍ମୀର ସିଆର୍‌ପିଏଫ୍‌ କ୍ୟାମ୍ପରୁ ଅନିଲ କୁମାର କହୁଥିବା ଶଙ୍କରଙ୍କୁ କହିଥିଲେ। ଶଙ୍କରଙ୍କୁ ୫କିଲୋ ଚିଙ୍ଗୁଡ଼ି ଏବଂ ୧୦ କେଜି ଶୁଖୁଆ ଦେବାକୁ କହିଥିଲେ। ଏପରିକି ଶଙ୍କରଙ୍କ ଫୋନ ପେ ନମ୍ବରରେ ୪୫୦୦ ଟଙ୍କା ପଠେଇଥିବା କହିଥିଲେ। ହେଲେ ମାଛ ବ୍ୟବସାୟୀ ଶଙ୍କର ଟଙ୍କା ଆସି ନ ଥିବା କହିଥିଲେ। ଏହାପରେ ଅନିଲ ଲିଙ୍କ ଶୋ ଅଛି କହି ଶଙ୍କରଙ୍କୁ ଏକ ନୋଟିଫିକେସନ ଆସିଲେ କ୍ଲିକ କରିବାକୁ କହିଥିଲେ। ପରେ ଶଙ୍କରକୁ ଏକ ନୋଟିଫିକେସନ ଆସିଥିଲା। ନୋଟିଫିକେସନକୁ ଶଙ୍କର କ୍ଲିକ କରିବା ମାତ୍ରେ ୪ଟି ପର୍ଯ୍ୟାୟରେ ୮୩,୫୦୦ ଟଙ୍କା ଆକାଉଣ୍ଟରୁ କଟି ଯାଇଥିଲା। ସାଇବର ଠକେଇର ଶିକାର ହୋଇଥିବା ଜାଣି ଶଙ୍କର ବାଲିଗୁଡା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ବାଲିଗୁଡା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri