Posted inଜାତୀୟ

ରାହୁଲ ଗାନ୍ଧୀଙ୍କ ନାଁରେ ନିଜର ସବୁ ସମ୍ପତ୍ତି କରିଦେଲେ ମହିଳା

ଡେରାଡୁନ,୪।୪: ଉତ୍ତରାଖଣ୍ଡର ଜଣେ ମହିଳା ନିଜର ସବୁ ସମ୍ପତ୍ତି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନାଁରେ କରିଦେଇଛନ୍ତି। ୭୮ ବର୍ଷୀୟ ଏହି ମହିଳାଙ୍କ ୫୦ ଲକ୍ଷ ଟଙ୍କାର ସମ୍ପତ୍ତି ଏବଂ ୧୦ ତୋଳା ଅଛି। ଏସବୁ ସେ ରାହୁଲଙ୍କ ନାଁରେ କରିଦେଇଛନ୍ତି। ସମ୍ପୃକ୍ତ ମହିଳା ଜଣଙ୍କ ରାହୁଲ ଗାନ୍ଧୀଙ୍କ ବିଚାର ଦେଶ ପାଇଁ ଜରୁରୀ ବୋଲି କହିଛନ୍ତି। ମହିଳାଙ୍କ କହିବାନୁଯାୟୀ, ରାହୁଲଙ୍କ ବିଚାର ଦ୍ୱାରା ସେ ବେଶ୍‌ ପ୍ରଭାବିତ ହୋଇଛନ୍ତି। ଗାନ୍ଧୀ ପରିବାର ଦେଶ ସ୍ବାଧୀନତା ପାଇଁ ନିଜର ସବୁକିଛି ବଳିଦାନ ଦେଇଛନ୍ତି। ଇନ୍ଦିରା ଗାନ୍ଧୀ, ରାଜୀବ ଗାନ୍ଧୀ ଦେଶର ଏକତା ଏବଂ ଅଖଣ୍ଡତା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ। ଏହି କାରଣରୁ ସେ ନିଜ ସମ୍ପତ୍ତି ରାହୁଲଙ୍କ ନାଁରେ କରିବାକୁ ନିଷ୍ପତ୍ତି ନେଇଛନ୍ତି।
ଏନେଇ କଂଗ୍ରେସ ମହାନଗର ଅଧ୍ୟକ୍ଷ ଲାଲଚନ୍ଦ ଶର୍ମା କହିଛନ୍ତି, ମହିଳା ଜଣଙ୍କ ନିଜର ସବୁ ସମ୍ପତ୍ତିର କାଗଜପତ୍ର ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ ପ୍ରୀତମ ସିଂଙ୍କୁ ତାଙ୍କ ବାସଭବନରେ ଭେଟି ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ କଂଗ୍ରେସର ଶୋଚନୀୟ ଭାବେ ପରାସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri