Posted inରାଜ୍ୟ

ନୂଆ ରୂପ ପାଇବ ଡେରଜାଙ୍ଗ ପ୍ରୋଜେକ୍ଟ

ଅନୁଗୋଳ ସହର ଠାରୁ ମାତ୍ର ୧୦ କିଲୋମିଟର ଦୂରରେ ରହିଛି ଡେରଜାଙ୍ଗ ପ୍ରୋଜେକ୍ଟ। ଜଳଭଣ୍ଡାରର ନୀଳ ଜଳରାଶି ସାଙ୍ଗକୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କଲା ଭଳି ସମସ୍ତ ବ୍ୟବସ୍ଥା ଏଠାରେ ରହିଛି। ସୁନ୍ଦର ପାର୍କ ସହିତ ଆମୋଦ ପ୍ରମୋଦର ସୁବିଧା କରାଯାଇଛି। ଭୋଜିଭାତ ପାଇଁ ପିଣ୍ଡି ନିର୍ମାଣ ହୋଇଛି। ପାନୀୟ ଜଳ ସମସ୍ୟା ମଧ୍ୟ ଦୂର ହୋଇସାରିଛି। ଏହି ପ୍ରକଳ୍ପର ଅଧିକ ସୌନ୍ଦର୍ଯ୍ୟକରଣ ନିମନ୍ତେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ୧ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ବିଶେଷକରି ଛୋଟ ପିଲାମାନଙ୍କ ଖେଳକୁଦ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ପାଦ ଚଲା ରାସ୍ତା ପାଇଁ ସ୍ବତନ୍ତ୍ର ଟ୍ରାକ୍‌ ସହ ଜଳଭଣ୍ଡାର ଶୋଭା ବସି ଦେଖିବା ନିମନ୍ତେ ଚେୟାର ବ୍ୟବସ୍ଥା କରାଯାଇଛି। ଭୋଜି ପାଇଁ ଆସୁଥିବା ପର୍ଯ୍ୟଟକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସମସ୍ତ ସହଯୋଗ ଯୋଗାଇ ଦିଆଯାଉଛି। ତଥାପି ଏହାର ଅଧିକ ଉନ୍ନତୀକରଣ ପାଇଁ ଜିଲା ପ୍ରଶାସନ, ପର୍ଯ୍ୟଟନ ବିଭାଗ ଓ ଜଳସେଚନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ ହୋଇଛି। ବିଶେଷକରି ପର୍ଯ୍ୟଟକମାନେ ଏଠାରେ କିପରି ଜଳ କ୍ରୀଡ଼ା କରିପାରିବେ ତାହା ଉପରେ ନଜର ଦିଆଯାଉଛି। ତେବେ ପ୍ରୋଜେକ୍ଟର କେତେକ ସ୍ଥାନରେ ଜଙ୍ଗଲ ଜମି ରହିଥିବାରୁ ଏହାକୁ ପରିବର୍ତ୍ତନ କରାଯିବା ପରେ ଯୋଜନାକୁ ବାସ୍ତବ ରୂପ ଦିଆଯିବର ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri