Posted inରାଜ୍ୟ

ନୂଆ ରୂପ ପାଇବ ଡେରଜାଙ୍ଗ ପ୍ରୋଜେକ୍ଟ

ଅନୁଗୋଳ ସହର ଠାରୁ ମାତ୍ର ୧୦ କିଲୋମିଟର ଦୂରରେ ରହିଛି ଡେରଜାଙ୍ଗ ପ୍ରୋଜେକ୍ଟ। ଜଳଭଣ୍ଡାରର ନୀଳ ଜଳରାଶି ସାଙ୍ଗକୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କଲା ଭଳି ସମସ୍ତ ବ୍ୟବସ୍ଥା ଏଠାରେ ରହିଛି। ସୁନ୍ଦର ପାର୍କ ସହିତ ଆମୋଦ ପ୍ରମୋଦର ସୁବିଧା କରାଯାଇଛି। ଭୋଜିଭାତ ପାଇଁ ପିଣ୍ଡି ନିର୍ମାଣ ହୋଇଛି। ପାନୀୟ ଜଳ ସମସ୍ୟା ମଧ୍ୟ ଦୂର ହୋଇସାରିଛି। ଏହି ପ୍ରକଳ୍ପର ଅଧିକ ସୌନ୍ଦର୍ଯ୍ୟକରଣ ନିମନ୍ତେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ୧ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ବିଶେଷକରି ଛୋଟ ପିଲାମାନଙ୍କ ଖେଳକୁଦ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ପାଦ ଚଲା ରାସ୍ତା ପାଇଁ ସ୍ବତନ୍ତ୍ର ଟ୍ରାକ୍‌ ସହ ଜଳଭଣ୍ଡାର ଶୋଭା ବସି ଦେଖିବା ନିମନ୍ତେ ଚେୟାର ବ୍ୟବସ୍ଥା କରାଯାଇଛି। ଭୋଜି ପାଇଁ ଆସୁଥିବା ପର୍ଯ୍ୟଟକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସମସ୍ତ ସହଯୋଗ ଯୋଗାଇ ଦିଆଯାଉଛି। ତଥାପି ଏହାର ଅଧିକ ଉନ୍ନତୀକରଣ ପାଇଁ ଜିଲା ପ୍ରଶାସନ, ପର୍ଯ୍ୟଟନ ବିଭାଗ ଓ ଜଳସେଚନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ ହୋଇଛି। ବିଶେଷକରି ପର୍ଯ୍ୟଟକମାନେ ଏଠାରେ କିପରି ଜଳ କ୍ରୀଡ଼ା କରିପାରିବେ ତାହା ଉପରେ ନଜର ଦିଆଯାଉଛି। ତେବେ ପ୍ରୋଜେକ୍ଟର କେତେକ ସ୍ଥାନରେ ଜଙ୍ଗଲ ଜମି ରହିଥିବାରୁ ଏହାକୁ ପରିବର୍ତ୍ତନ କରାଯିବା ପରେ ଯୋଜନାକୁ ବାସ୍ତବ ରୂପ ଦିଆଯିବର ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri