ବିଜେଡିରୁ ଇସ୍ତଫା ଦେଲେ ଦେବାଶିଷ

ଡେରାବିଶ,୧୩ା୭ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ବିଜେଡି ସଭାପତି ଥିବା ଦେବାଶିଷ ଆଚାର୍ଯ୍ୟ ବୁଧବାର ତାଙ୍କ ପଦବୀରୁ ଇସ୍ତଫା ଦେଇଥିବା ଜଣାଯାଇଛି। ଏ ନେଇ ଦେବାଶିଷ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଥିବା ତାଙ୍କ ଇସ୍ତଫାପତ୍ରରେ ବ୍ଲକ ବିଜେଡି ସଭାପତି ପଦରୁ ସେ ଇସ୍ତଫା ଦେବାକୁ ଆଗ୍ରହ ପ୍ରକାଶ କରୁଥିବା ଉଲ୍ଲେଖ କରିଛନ୍ତି। ଏହି ଇସ୍ତଫା ପତ୍ର ଗ୍ରହଣ କରିବା ପାଇଁ ସେ ସଭାପତିଙ୍କୁ ନିବେଦନ କରିଛନ୍ତି। ଏହାର ଏକ ନକଲ କେନ୍ଦ୍ରାପଡ଼ା ଜିଲା ବିଜେଡି ସଭାପତି ଧୀରେନ କୁମାର ସାହୁଙ୍କୁ ପଠାଇଥିବା ନେଇ ସାହୁ ମଧ୍ୟ ସୂଚନା ଦେଇଛନ୍ତି। ତେବେ ସଭାପତି ପଦରୁ ସେ ଇସ୍ତଫା ଦେଲେ ମଧ୍ୟ ଆଗାମୀଦିନରେ ଦଳର ଜଣେ ଶୃଙ୍ଖଳିତ କର୍ମୀ ଭାବେ କାର୍ଯ୍ୟ କରିବେ ବୋଲି ଦେଇଥିବା ଇସ୍ତଫା ପତ୍ରରେ ଦେବାଶିଷ ଉଲ୍ଲେଖ କରିଛନ୍ତି। ସୂଚନାଯୋଗ୍ୟ, ୨୦୧୩ ମସିହାରୁ ଦେବାଶିଷ ଏହି ପଦବୀରେ ରହି ଦଳୀୟ ସଙ୍ଗଠନକୁ ସୁଦୃଢ଼ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମ ସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri