ବିଜେଡିରୁ ଇସ୍ତଫା ଦେଲେ ଦେବାଶିଷ

ଡେରାବିଶ,୧୩ା୭ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ବିଜେଡି ସଭାପତି ଥିବା ଦେବାଶିଷ ଆଚାର୍ଯ୍ୟ ବୁଧବାର ତାଙ୍କ ପଦବୀରୁ ଇସ୍ତଫା ଦେଇଥିବା ଜଣାଯାଇଛି। ଏ ନେଇ ଦେବାଶିଷ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଥିବା ତାଙ୍କ ଇସ୍ତଫାପତ୍ରରେ ବ୍ଲକ ବିଜେଡି ସଭାପତି ପଦରୁ ସେ ଇସ୍ତଫା ଦେବାକୁ ଆଗ୍ରହ ପ୍ରକାଶ କରୁଥିବା ଉଲ୍ଲେଖ କରିଛନ୍ତି। ଏହି ଇସ୍ତଫା ପତ୍ର ଗ୍ରହଣ କରିବା ପାଇଁ ସେ ସଭାପତିଙ୍କୁ ନିବେଦନ କରିଛନ୍ତି। ଏହାର ଏକ ନକଲ କେନ୍ଦ୍ରାପଡ଼ା ଜିଲା ବିଜେଡି ସଭାପତି ଧୀରେନ କୁମାର ସାହୁଙ୍କୁ ପଠାଇଥିବା ନେଇ ସାହୁ ମଧ୍ୟ ସୂଚନା ଦେଇଛନ୍ତି। ତେବେ ସଭାପତି ପଦରୁ ସେ ଇସ୍ତଫା ଦେଲେ ମଧ୍ୟ ଆଗାମୀଦିନରେ ଦଳର ଜଣେ ଶୃଙ୍ଖଳିତ କର୍ମୀ ଭାବେ କାର୍ଯ୍ୟ କରିବେ ବୋଲି ଦେଇଥିବା ଇସ୍ତଫା ପତ୍ରରେ ଦେବାଶିଷ ଉଲ୍ଲେଖ କରିଛନ୍ତି। ସୂଚନାଯୋଗ୍ୟ, ୨୦୧୩ ମସିହାରୁ ଦେବାଶିଷ ଏହି ପଦବୀରେ ରହି ଦଳୀୟ ସଙ୍ଗଠନକୁ ସୁଦୃଢ଼ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri