ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ: ଚାଲିଗଲା ରୋଗୀଙ୍କ ଜୀବନ, ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା

ପାଟଣା,୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ମଧ୍ୟାହ୍ନରେ ରୋଗୀଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବା ନେଇ ନେଇ ପାଟଣା ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ସମ୍ପର୍କୀୟ ଓ ଡାକ୍ତରଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଥିଲା। ମୃତକ ଜଣକ ହେଉଛନ୍ତି ଘଟଗାଁ ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଭୂୟାଁ ମୁଣ୍ଡା। ସେ ଜ୍ୱରରେ ପୀଡ଼ିତ ହୋଇ ଗୁରୁତର ହେବାରୁ ପାଟଣା ମେଡିକାଲ ଆଣିଥିଲେ ପରିବାର ଲୋକେ। କେନ୍ଦୁଝର ରେଫର ପରେ ଆମ୍ବୁଲାନ୍ସ ବିଳମ୍ବରେ ଆସିବାରୁ ରୋଗୀଙ୍କ ମୃତ୍ୟୁ ହୋଇଥିଲା। ବିଳମ୍ବିତ ରାତିରେ ରେଫର ହେବା ପରେ ଆମ୍ବୁଲାନ୍ସ ପହଞ୍ଚି ନ ଥିଲା। ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ।

ଅନ୍ୟପକ୍ଷରେ ଚିକିତ୍ସା କରିଥିବା ଡାକ୍ତର ନିରଞ୍ଜନ ସାହୁ କହିଛନ୍ତି ଆମେ ଚିକିତ୍ସାରେ କୌଣସି ଅବହେଳା କରିନାହୁଁ। ଗତକାଲି ଆମ୍ବୁଲାନ୍ସ ବିଳମ୍ବରେ ମିଳିଥିଲା। ମୁଁ କାହାରିକୁ ଦୁର୍ବ୍ୟବହାର କରିନାହିଁ। ରାତି ୧୨ଟାରେ ୨ଜଣ ନିଶାସକ୍ତ ଯୁବକ ଆସି ଓଲଟି ପ୍ରଥମେ ସିକ୍ୟୁରିଟି ପରେ ଆମକୁ ଦୁର୍ବ୍ୟବହାର କରିଥିଲେ। ମୁଁ ନିଜକୁ ସୁରକ୍ଷା ଦେବାକୁ ଯାଇ କେବଳ ମୋ ପକ୍ଷ ରଖୁଥିଲି। ଏନେଇ ମୁଁ ପାଟଣା ଥାନାରେ ଅଭିଯୋଗ କରିଛି। ଦିନ ୧୨.୩୦ ପର୍ଯ୍ୟନ୍ତ ମୃତଦେହ ବ୍ୟବଚ୍ଛେଦ ହୋଇନାହିଁ। ଘଟଣାସ୍ଥଳରେ ପାଟଣା ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଥିବା ପର୍ଯ୍ୟନ୍ତ ଘଟଗାଁ ପୋଲିସ ପହଞ୍ଚି ନାହିଁ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?