ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ବିଧାନସଭା କ୍ଷେତ୍ରରେ ପ୍ରାର୍ଥୀ ଘୋଷଣା ବିଳମ୍ବକୁ ନେଇ ଝଡ଼ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ବୈଠକରେ ବିଜେଡି ବାଲେଶ୍ୱର ଜିଲା ପର୍ଯ୍ୟବେକ୍ଷକ ପ୍ରତାପ ଦେବ ଉପସ୍ଥିତ ଥିବା ବେଳେ ବାଲେଶ୍ୱର ଏମ୍‌ପି ପ୍ରାର୍ଥତ୍ନୀ ଲେଖାଶ୍ରୀ ସାମନ୍ତସିଂହାର ଏବଂ ଜିଲା ସଭାପତି ଅଶ୍ୱିନୀ ପାତ୍ର ଥିଲେ।
ଲୋକ ସଭା ପ୍ରାର୍ଥିନୀ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ଦଳର କର୍ମୀ ଓ ନେତାଙ୍କ ସହ ଲେଖାଶ୍ରୀଙ୍କୁ ପରିଚିତ କରାଇବା ପାଇଁ ଜିଲା କମିଟି ସଦସ୍ୟ, ଜିଲାରୁ ଥିବା ରାଜ୍ୟ କମିଟି ସଦସ୍ୟ, ବ୍ଲକ ଓ ଏନ୍‌ଏସିର ଦଳୀୟ ସଭାପତି, ନିର୍ବାଚିତ ଚେୟାରମ୍ୟାନ୍‌, ଜିଲା ପରିଷଦ ସଦସ୍ୟମାନଙ୍କୁ ନିମନ୍ତ୍ରଣ କରାଯାଇଥିଲା। ଲୋକ ସଭା କ୍ଷେତ୍ରର ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି ବିଧାନସଭା କ୍ଷେତ୍ରରେ ସମସ୍ତ ଦଳୀୟ ପଦାଧିକାରୀ ଉପସ୍ଥିତ ଥିଲେ। ଜିଲା ପର୍ଯ୍ୟବେକ୍ଷକ ଲେଖାଶ୍ରୀଙ୍କୁ ପରିଚିତ କରାଇବା ସହ ଚଳିତ ନିର୍ବାଚନରେ ବିଜେଡିର ସମସ୍ତ ପ୍ରାର୍ଥୀ ବିଜୟକୁ ନେଇ ମନ୍ତ୍ର ଦେଇଥିଲେ। ଅପରପକ୍ଷରେ ନୀଳଗିରି, ଭୋଗରାଇ ଓ ରେମୁଣା ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀ ଘୋଷଣାକୁ ନେଇ ବିଳମ୍ବ ହେଉଥିବା ନେଇ କର୍ମୀମାନେ ପର୍ଯ୍ୟବେକ୍ଷକଙ୍କୁ ପ୍ରଶ୍ନ ପଚାରିଥିଲେ ଏବଂ ଉକ୍ତ ଅଞ୍ଚଳର ଛାମୁଆ ନେତାମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ଏହାର ଉତ୍ତରରେ ପର୍ଯ୍ୟବେକ୍ଷକ ପ୍ରତାପ ଦେବ କହିଥିଲେ କି, ବାଲେଶ୍ୱର ଜିଲାରେ ନିର୍ବାଚନ ଶେଷ ପର୍ଯ୍ୟାୟରେ ହେବାର ଅଛି। ଯେଉଁ ଯେଉଁ ବିଧାନସଭା କ୍ଷେତ୍ରରେ ପ୍ରାର୍ଥୀ ଚୟନ କରାଯାଇନାହଁି ତାହା ଖୁବ୍‌ଶୀଘ୍ର ହେବ। ବିଭିନ୍ନ ରିପୋର୍ଟ ଆଧାରରେ ବିଜୟୀ ସମ୍ଭାବନା ଥିବା ଆଶାୟୀମାନଙ୍କୁ ପ୍ରାର୍ଥତ୍ତ୍ୱ ପ୍ରଦାନ କରାଯିବାର ଦଳ ସମୀକ୍ଷା କରୁଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri