ସିଆରସିସି ନିଯୁକ୍ତିରେ ବିଳମ୍ବ: ପିଲାଙ୍କ ପାଠପଢ଼ା ଦିଗହରା

ନାଉଗାଁ,୬ା୬(ସ୍ବ.ପ୍ର): ବ୍ଲକ ଗୁଡ଼ିକରେ ଥିବା ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଓ ଶିକ୍ଷାଦାନ ଆଦିକୁ ସୁଚାରୁ ରୂପେ ସମ୍ପାଦନ କରିବା ପାଇଁ ବିଭନ୍ନ କ୍ଲଷ୍ଟରରେ ବିଭକ୍ତ କରାଯାଇ ସିଆର୍‌ସିସିମାନଙ୍କୁ ନିଯୁକ୍ତି କରାଯାଇଛି। ନାଉଗାଁ ବ୍ଲକରେ ୨୦୨୧ରୁ ୫ ସିଆରସିସିଙ୍କ କାର୍ଯ୍ୟକାଳ ସରିଯାଇଥିବାରୁ ଏଠାରେ ପିଲାଙ୍କ ପାଠପଢ଼ା କିପରି ହେଉଛି ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଏହି ବ୍ଲକରେ ସମୁଦାୟ ୭୭ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରହିଛି। ଏସବୁ ବିଦ୍ୟାଳୟକୁ ସୁପରିଚାଳନା କରିବା ପାଇଁ ୯ଟି କ୍ଳଷ୍ଟରରେ ବିଭକ୍ତ କରାଯାଇ ୯ ଜଣ ସିଆରସିସିଙ୍କୁ ନିଯୁକ୍ତି ଦିଆଯାଇଛି। ଏମାନଙ୍କ କାର୍ଯ୍ୟକାଳ ୫ ବର୍ଷ ସ୍ଥିରୀକୃତ କରାଯାଇଛି। ୨୦୨୧ରେ କାର୍ଯ୍ୟକାଳ ପୂରଣ କରିଥିବା ସିଆର୍‌ସିସିମାନେ ହେଲେ ଅଙ୍ଗେଶ୍ୱରପଡା କ୍ଳଷ୍ଟର ଶରତ ଚନ୍ଦ୍ର ରାଉତ, ବାଣୀପୀଠ ପଞ୍ଚାୟତ ଜାମୁଦଣ୍ଡାର ରୁଦ୍ର ପ୍ରସାଦ ସ୍ବାଇଁ, କୋରୁଅ ଉ.ପ୍ରା ସ୍କୁଲ କ୍ଳଷ୍ଟର କାଳନ୍ଦି ଚରଣ ବିଶ୍ୱାଳ, ଗଙ୍ଗଦା ଉ.ପ୍ରା ସ୍କୁଲ କ୍ଲଷ୍ଟରର ଫକୀର ଚରଣ ସ୍ବାଇଁ ଓ କଣ୍ଟୁଣିଆ ନୋଡାଲ ହାଇସ୍କୁଲ କ୍ଳଷ୍ଟରର ପ୍ରଦୀପ କୁମାର ସ୍ବାଇଁ। ସେମାନେ ଏବେବି ଦାୟିତ୍ୱ ଥିଲେ ମଧ୍ୟ ସମ୍ପୃକ୍ତ କ୍ଲଷ୍ଟରଗୁଡ଼ିକରେ ଥିବା ବିଦ୍ୟାଳୟଗୁଡ଼ିକରେ ଶିକ୍ଷକମାନେ ନିର୍ଦ୍ଧାରିତ ସମୟରେ ବିଦ୍ୟାଳୟକୁ ଆସୁ ନ ଥବା ସାଧାରଣରେ ଅଭିଯୋଗ ହୋଇଛି। ଏହାକୁ ଦୃଷ୍ଟିରେ ରଖି ତୁରନ୍ତ ନୂତନ ସିଆରସିସିମାନଙ୍କୁ ନିଯୁକ୍ତି ଦେବାପାଇଁ ଶିକ୍ଷାବିତ୍‌ମାନେ ଦାବି କରିଛନ୍ତି।
ଏସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ମନୋରମା ରାଉତ କହିଛନ୍ତି, ନୂତନ ସିଆରସିସି ନିଯୁକ୍ତି ସମ୍ପର୍କରେ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟକୁ ଅବଗତ କରାଯାଇଛି। ସେଠାରୁ ନିଦ୍ଦର୍ଦ୍ଦେଶ ଆସିଲେ ପରବର୍ତୀ କାର୍ଯ୍ୟପନ୍ଥା ସ୍ଥିର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri